Advertisment

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ; ସଂଧ୍ୟା ୫ଟା ସୁଦ୍ଧା ୫୯.୬୦% ଭୋଟିଂ

୬ ସଂସଦୀୟ କ୍ଷେତ୍ରରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ମହିଳା ଏବଂ ୧ ହଜାର ୨୯୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି।

author-image
Manoranjan Behera
General Elections 2024

General Elections 2024

ଭୋଟ୍ ଦେଉଛି ଓଡ଼ିଶା, ଭୋଟ୍ ଦେଉଛି ଭାରତ। ଓଡ଼ିଶାର ୬ ଲୋକସଭା କ୍ଷେତ୍ର ଓ ଏହା ଅର୍ନ୍ତଗତ ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଭୋଟିଂ ହେଉଛି। ସନ୍ଧ୍ୟା ୫ଟା ସୁଦ୍ଧା ୫୯.୬୦ ପ୍ରତିଶତ ଭୋଟ୍ ପଡିଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

Advertisment

୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ଏମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ। ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ୬ ସଂସଦୀୟ କ୍ଷେତ୍ରରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ମହିଳା ଏବଂ ୧ ହଜାର ୨୯୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି।

ଏହି ପର୍ଯ୍ୟାୟରେ ୨ ଲକ୍ଷ ୩୭ ହଜାର ୧୩୧ ଜଣ ପ୍ରଥମ ଭୋଟର ଥିବା ବେଳେ ୧୮ ଲକ୍ଷ ୪୫ ହଜାର ୫୦୩ ଜଣ ଯୁବ ମତଦାତା ଅଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦ ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ରହିଛି । ୧୫ ଶହ ବୁଥ୍ ସଂପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଥିବା ବେଳେ ୩୦ଟି ବୁଥ୍ ସଂପୂର୍ଣ୍ଣ ଭାବେ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଛି। ଏହି ପର୍ଯ୍ୟାୟରେ ୨ ହଜାର ମଡେଲ୍ ବୁଥ୍ କରାଯାଇଛି । ନିର୍ବାଚନ ପରିଚାଳନା ଲାଗି ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି।

Advertisment
Odisha Politics General Elections 2024 Vote
Advertisment
Advertisment