• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି ଜ୍ୟୋତି ପାଣିଗ୍ରାହୀ। ଏନେଇ ଭିଡିଓ ବାର୍ତ୍ତାରେ ସେ ସୂଚନା ଦେଇଛନ୍ତି। ତାଙ୍କୁ ଏଥର ବିଜେଡି ଟିକେଟ ଦେଇ ନଥିଲା।

ଚଳିତ ନିର୍ବାଚନରେ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ପରିବର୍ତ୍ତେ ବିଜେଡି ସୁବାସିନୀ ସାହୁଙ୍କୁ ସିମୁଳିଆ ଆସନ ପାଇଁ ଟିକେଟ ଦେଇଛି। ଏହାକୁ ଖୋଦ ଜ୍ୟୋତିପ୍ରକାଶଙ୍କ ସମେତ ତାଙ୍କ ସମର୍ଥକମାନେ ସହଜେ ଗ୍ରହଣ କରିପାରିନଥିଲେ। ଫଳରେ ଗତ କିଛି ଦିନ ଧରି ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହୁଥିବା ଜ୍ୟୋତିପ୍ରକାଶ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ

ଜ୍ୟୋତିପ୍ରକାଶ ପାଣିଗ୍ରାହୀ ରାଜ୍ୟ ମନ୍ତ୍ରୀମଣ୍ଡଳରେ ସଂସ୍କୃତି ବିଭାଗ ସମ୍ଭାଳୁଥିଲେ। ନିଜ ଅଞ୍ଚଳରେ ତାଙ୍କର ଭଲ ଦବଦବା ଥିବା ବେଳେ କ’ଣ ପାଇଁ ଏଥର ତାଙ୍କ ଟିକେଟ କଟିଛି ସେ ନେଇ କିଛି ସ୍ପଷ୍ଟ ଉତ୍ତର ମିଳି ପାରିନି। ତେବେ ଏବେ ତାଙ୍କ ରାଜନୈତିକ ଭବିଷ୍ୟତ କ’ଣ ହେବ, ସେ ଆଗାମୀ ଦିନରେ କେଉଁ ରାଜନୈତିକ ଦଳରେ ଯୋଗ ଦେବେ ତାହା ଉପରୁ ପରଦା ହଟାଇ ନାହାନ୍ତି ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।

ନିକଟରେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଟିକେଟ ନ ମିଳିବାରୁ ସେ ବି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ସ୍ଲିପ୍ ଅଫ୍ ଟଙ୍ଗ୍ ପାଇଁ କ୍ଷମାପ୍ରାର୍ଥନା ଓ ପ୍ରାୟଶ୍ଚିତ ସତ୍ତ୍ୱେ ସମ୍ବିତଙ୍କୁ ଘେରି ଚାଲିଛି BJD

OTV is now on Whatsapp

Join and get latest news update delivered to you via whatsapp

Join Now