Advertisment

ଓଡ଼ିଶାର ମଙ୍ଗ ଧରିଲେ ମୋହନ ମାଝୀ; ଆସନ୍ତୁ ଜାଣିବା ତାଙ୍କର ପୂରା ରାଜନୈତିକ କ୍ୟାରିୟର୍

କିଛି ଦିନ ଧରି ଥିବା ସସପେନ୍ସର ଅନ୍ତ ହୋଇ ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମରେ ମୋହର ବାଜିଛି। ସେ କାହିଁକି ଓଡିଶା ମାଟିରେ ବିଜେପି ଦଳରୁ ହେଲେ ପ୍ରଥମ ମୁଖ୍ୟମନ୍ତ୍ରୀ। କିଏ ଏହି ମୋହନ। କ’ଣ ରହିଛି ତାଙ୍କର ରାଜନୈତିକ କ୍ୟାରିୟର୍। ଆସନ୍ତୁ ପୂରା ଖବର ଜାଣିବା।

ଅଦ୍ୟତନ ହୋଇଛି
Who Is Mohan Charan Majhi Know In Odia

party choose Mohan Majhi as Odisha chief minister know his political career

Advertisment

ସବୁ ଅପେକ୍ଷାର ଅନ୍ତ ଘଟିଛି। ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। କିଛି ଦିନ ଧରି ଥିବା ସସପେନ୍ସର ଅନ୍ତ ହୋଇ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ମୋହର ବାଜିଛି। କେନ୍ଦୁଝର ମାଟିର‍ ଆଦିବାସୀ ପୁଅ ଓଡ଼ିଶାର ମଙ୍ଗ ଧରିଛନ୍ତି। ସେ ହେଲେ ବିଜେପି ଦଳର ଟାଣୁଆ ନେତା ମୋହନ ଚରଣ ମାଝୀ।

Advertisment

ହୁଏତ ଆପଣମାନଙ୍କ ମନରେ ପ୍ରଶ୍ନ ଆସୁଥିବ କିଏ ଏହି ମୋହନ। ସେ କାହିଁକି ଓଡିଶା ମାଟିରେ ବିଜେପି ଦଳରୁ ହେଲେ ପ୍ରଥମ ମୁଖ୍ୟମନ୍ତ୍ରୀ। କ’ଣ ରହିଛି ତାଙ୍କର ରାଜନୈତିକ କ୍ୟାରିୟର୍। ଆସନ୍ତୁ ପୂରା ଖବର ଜାଣିବା।

ଜନ୍ମ ଓ ଶିକ୍ଷା:

ମୋହନ ଚରଣ ମାଝୀ ୧୯୭୨ ମସିହା ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ। ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ। ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି।

Advertisment

ଅଧିକ ପଢ଼ନ୍ତୁ: କନକବର୍ଦ୍ଧନ ଓ ପ୍ରଭାତୀ ପରିଡ଼ା ହେଲେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ; କେମିତି ଥିଲା ତାଙ୍କର ରାଜନୈତିକ ଯାତ୍ରା, ଜାଣନ୍ତୁ...

ରାଜନୀତିର ମୂଳଦୁଆ:

ମୋହନ ମାଝୀଙ୍କ ବିଷୟରେ ପତ୍ନୀ ପ୍ରିୟଙ୍କା ବଡ଼ ସୂଚନା ଦେଇଛନ୍ତି। ସେ ପ୍ରଥମେ ସରସ୍ୱତୀ ଶିଶୁ ମନ୍ଦିରରେ ଶିକ୍ଷକ ଭାବେ କାମ କରିଥିଲେ। ଶିଶୁ ମନ୍ଦିର ଗୁରୁଜୀରୁ ତାଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା। ପରେ ସରପଞ୍ଚ ପାଇଁ ଲଢିଥିଲେ ଆଉ ବିଜୟୀ ମଧ୍ୟ ହୋଇଥିଲେ। ଏଇଠି ପଡିଥିଲା ତାଙ୍କ ରାଜନୀତିର ମୂଳଦୁଆ।

Advertisment

୨୦୦୦:

୨୦୦୦ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ। ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ।

୨୦୦୪:

୨୦୦୪ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ। ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୫ ମସିହା ଯାଏଁ କାର୍ଯ୍ୟ କରିଥିଲେ।

୨୦୦୯:

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

ଅଧିକ ପଢ଼ନ୍ତୁ: ୪ ଥର ବିଧାୟକ ପରେ ବି ମୋହନଙ୍କ ଚାଳ ଛପର ଘର !

୨୦୧୪:

୨୦୧୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୯:

୨୦୧୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୨୪:

ସେହିପରି ୨୦୨୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ବିଜେପି ପ୍ରାର୍ଥୀ ଭାବରେ ପୁନର୍ବାର କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ଦମଦାର ବିଜୟ ଲାଭ କରିଥିଲେ। ଏହି ନିର୍ବାଚନରେ ମୋହନ ୮୭୮୧୫ ଭୋଟ୍ ପାଇ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମୀନା ମାଝୀଙ୍କୁ ୧୧,୫୭୭ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

ତେବେ ଦୀର୍ଘ ଦିନର ସଫଳ ରାଜନୈତିକ କ୍ୟାରିୟର୍ ଆଉ ଦଳ ପ୍ରତି ସମର୍ପିତ ଭାବକୁ ଦେଖି ତାଙ୍କୁ ଦଳର ମୁଖିଆ ଭାବେ ଚୟନ କରାଯାଇଥିବା ଅନୁମାନ କରାଯାଏ। ଆଶା କରାଯାଏ ଆଗାମୀ ୫ ବର୍ଷ ଭିତରେ ସେ ଓଡ଼ିଶାବାସୀଙ୍କ ପାଇଁ କିଛି ନୂଆ କରି ଦେଖେଇବେ।

Odisha Chief Minister Odisha Politics Mohan Majhi General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ