Advertisment

ଘନଘନ ପ୍ରଚାର; ଆସନ୍ତା ୧୦ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍ ସୋ

ଆସନ୍ତା ସପ୍ତାହରେ ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ୧୦ରେ ଭୁବନେଶ୍ୱରରେ ରୋଡ୍‌ ସୋ କରିବେ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ।

ଅଦ୍ୟତନ ହୋଇଛି
Road Show

Road Show

Advertisment

ଆରମ୍ଭ ହେଲାଣି ନିର୍ବାଚନୀ ତାତି। ରାଜ୍ୟର ତିନି ରାଜନୈତିକ ଦଳର ଶୀର୍ଷ ନେତୃତ୍ୱଙ୍କ ହାଇଭୋଲଟେଜ୍‌ ପ୍ରଚାର ଆରମ୍ଭ ହୋଇଗଲାଣି। ଏହାରି ଭିତରେ ତିନି ଦଳର ଷ୍ଟାର ପ୍ରଚାରକ ନିଜ ନିଜ ଦଳର ପ୍ରଚାର ପାଇଁ ଆରମ୍ଭ କରିସାରିଛନ୍ତି ପ୍ରସ୍ତୁତି। ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ଓଡ଼ିଶାରେ ତୃତୀୟ ଏବଂ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଥିବାରୁ କେନ୍ଦ୍ରୀୟ ନେତୃତ୍ୱମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି । ଆସନ୍ତା ସପ୍ତାହରେ ପୁଣି ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ୧୦ରେ ଭୁବନେଶ୍ୱରରେ ରୋଡ୍‌ ସୋ କରିବେ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ।

Advertisment

ଏହାରି ଭିତରେ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ରାତି ପ୍ରାୟ ୯.୩୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ରାତିରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେହିଦିନ ରାତିରେ ସେ ଭୁବନେଶ୍ୱରରେ ରହିବେ । ତା’ପରେ ସୋମବାର ସକାଳୁ ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତ କରିବେ । ସେଠାରେ ପ୍ରଧାନମନ୍ତ୍ରୀ ଏକ ବିଶାଳ ଜନସମାବେଶକୁ ସମ୍ବୋଧନ କରିବେ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା ଦେଇଛନ୍ତି ।

ଓଡ଼ିଶାରେ ବିଜେପି ସରକାର କରିବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି ଦଳ । ଆଜି ସକାଳୁ ଓଡ଼ିଶାରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଅପରାହ୍ନରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଆଜି ଓ କାଲି ଓଡ଼ିଶାରେ ରହିବେ।

Advertisment

ସେହିଭଳି ୫ତାରିଖ ଅପରାହ୍ନରେ BJP ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ ସେ ଆଲୋଚନା କରିବେ । କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର।

PM Modi BJP General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ