Advertisment

ଓଡ଼ିଶାଗସ୍ତରେ ବିଜେପି ହେଭିୱେଟ୍; ଆଜି ଆସିବେ ମୋଦି-ରାଜନାଥ

ଆଜି ତୃତୀୟ ଥର ପାଇଁ ପ୍ରଚାରରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ । ସେହିପରି ଆଜି ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ । ରେଢ଼ାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ସାଧାରଣ ସଭାରେ ଯୋଗ ଦେବେ ରାଜନାଥ ।

ଅଦ୍ୟତନ ହୋଇଛି
MODI-RAJNATH

MODI-RAJNATH

Advertisment

ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ତୃତୀୟ ଥର ପାଇଁ ପ୍ରଚାରରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ । କାଲି ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ କରିବେ। ଅନୁଗୁଳ ଓ କଟକରେ ବି ମାରାଥନ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ।ସେହିପରି ଆଜି ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ । ଓଡ଼ିଶାରେ ପହଞ୍ଚିବା ପରେ ରେଢ଼ାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ସାଧାରଣ ସଭାରେ ଯୋଗ ଦେବେ ରାଜନାଥ ।

Advertisment

ସନ୍ଧ୍ୟାରେ ଓଡ଼ିଶା ଆସିବା ପରେ ରାତ୍ରି ରହଣି କରିବେ ପ୍ରଧାନମନ୍ତ୍ରୀ। ଆସନ୍ତାକାଲି ସକାଳେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ ସୋ' କରିବେ ମୋଦି। ତାପରେ ଅନୁଗୁଳ ଠାରେ ସକାଳ ୯ଟା ୩୦ରେ ବିରାଟ ଜନ ସଭା କରିବା ସହ କଟକରେ ଦିନ ସାଢ଼େ ୧୧ଟାରେ କରିବେ ଜନ ସମାବେଶ। ସେହିପରି ଆଜି ଆଜି କୁଚିଣ୍ଡାରେ ସଭା କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ କଟକରେ ମକଡ୍ରିଲ କରିଛି ଭାରତୀୟ ବାୟୁସେନା । ଯେହେତୁ ପ୍ରଧାନମନ୍ତ୍ରୀ ବାୟୁସେନାର ହେଲିକପ୍ଟର ଦ୍ୱାରା କଟକ ଆସିବେ, ତେଣୁ ବାଲିଯାତ୍ରା ପଡିଆରେ ବ୍ୟାପକ ପ୍ରସ୍ତୁତି ହୋଇଛି । ତଳ ବାଲିଯାତ୍ରା ପଡିଆରେ ପିଏମ ମୋଦିଙ୍କ ହେଲିକପ୍ଟର ଅବତରଣ କରିବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସରିଛି। ହେଲିପ୍ୟାଡ଼ ଠାରୁ ଆରମ୍ଭ କରି ସଭାସ୍ଥଳ ପର୍ଯ୍ୟନ୍ତ ସମସ୍ତ ସ୍ଥାନକୁ SPG ଟେକଅପ କରିସାରିଛି, ତେଣୁ ସଂପୃକ୍ତ ସ୍ଥାନରେ ଏବେଠାରୁ କଟକଣା ଲାଗୁ ହୋଇସାରିଛି । ଆସନ୍ତାକାଲି କଟକରେ ମୋଦିଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି।୨୧ ତାରିଖ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସକାଳେ ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ, ନୟାଗଡ଼ ଗସ୍ତ କରିବେ ।

Advertisment
PM Modi BJP Rajnath Singh General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ