Advertisment

ଭୁବନେଶ୍ୱରରେ ମୋଦି; କାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ପ୍ରଚାର

ଆସନ୍ତାକାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
PM Modi

PM Modi

ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ମୋଦି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିମାନବନ୍ଦରରୁ ସିଧା ରାଜଭବନ ଅଭିମୁଖେ ବାହାରିବେ ମୋଦି। ସେଠାରେ ଆଜି ସେ ରାତ୍ରୀଯାପନ କରିବେ। ଆସନ୍ତାକାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ମୋଦି।

Advertisment

ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ କଡ଼ା ସୁରକ୍ଷା ହୋଇଛି। ଏସପିଜି ସହିତ ସିଆଇଏସଏଫ୍ ମଧ୍ୟ ସିକ୍ୟୁରିଟି ଦାୟିତ୍ୱରେ ରହିବେ। ସେହିପରି ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ହୋଇଥିବା ବେଳେ କିଛି ଅଞ୍ଚଳକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି।

ମୋଦିଙ୍କ ଗସ୍ତ ପାଇଁ ୩ ଡିସିପି, ୧୦ ଏସିପି, ୧୭ ଆଇଆଇସି, ୯୦ ଏସଆଇ ଓ ଏଏସଆଇଙ୍କ ସହିତ ୨୦ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଛନ୍ତି । ରାସ୍ତାରେ ବ୍ୟାରିକେଡ୍ କରାଯିବା ସହିତ ନିଜେ ପୋଲିସ କମିଶନର୍ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ସେପଟେ ଆସନ୍ତାକାଲି ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ SPG ସହ ୩୦ ପ୍ଲାଟୁନ୍ ଫୋର୍ସ, ବମ୍ ସ୍କ୍ୱାଡ୍, ସନ୍ଧାନୀ କୁକୁର ମୁତୟନ ରହିବେ।

Advertisment

ସୂଚନା ଅନୁସାରେ ଚଳିତ ନିର୍ବାଚନରେ ବିଜେପିର ଫୋକସ୍ ଓଡ଼ିଶା । ଚଳିତ ନିର୍ବାଚନରେ ପ୍ରଚାର ପାଇଁ ଓଡ଼ିଶାକୁ ବିଜେପିର ତୁଙ୍ଗ ନେତାଙ୍କ ଘନ ଘନ ଗସ୍ତ କାର୍ଯ୍ୟକ୍ରମ, ରାଜ୍ୟ ରାଜନୈତିକ ମାହୋଲକୁ ଅଧିକ ସରଗରମ କରିଛି। ମୋଦିଙ୍କ ପ୍ରଚାରର ଦିନକ ପରେ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ସେ ରାୟଗଡାରେ ଆୟୋଜିତ ହେବାକୁ ଥିବା ବିରାଟ ସାଧାରଣ ସଭାରେ ଯୋଗଦେବେ। ପରେ ଆସନ୍ତା ୧୦ରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ସେ ରାଜଧାନୀ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋରେ ଯୋଗଦେବେ। ମେ ୧୧ରେ ମୋଦି ବଲାଙ୍ଗୀର ଯାଇ ପଶ୍ଚିମ ଓଡ଼ିଶାର ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବେ।

ପ୍ରଧାନମନ୍ତ୍ରୀଙ୍କ ପରେ ୧୨ ତାରିଖରେ ପୁଣି ଆସିବେ ଅମିତ ଶାହା । ଏହା ପୂର୍ବରୁ ଆଜି ବିଜେପି ରାଜ୍ୟ ସଭାପତି ଜେପି ନଡ୍ଡା ଭୁବନେଶ୍ୱରରେ ରାଜ୍ୟ ବିଜେପିର ସଂକଳ୍ପ ପତ୍ର ଉନ୍ମୋଚନ କରିବା ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର କଟକରେ ବଡ଼ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବିଜେପିର କେନ୍ଦ୍ରୀୟ ନେତୃତ୍ୱଙ୍କ ଏଭଳି ଓଡ଼ିଶା ଆଗମନ ବିଜେଡି ମହଲରେ କମ୍ପନ ସୃଷ୍ଟି କରୁଥିବା ଚର୍ଚ୍ଚା ହେଉଛି।

Narendra Modi BJP General Elections 2024
Advertisment
Advertisment