/odishatv-khabar/media/post_attachments/uploadimage/library/16_9/16_9_0/PM_Modi_1716170830.jpg)
PM Modi
ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବଡ଼ଦାଣ୍ଡରେ ରୋଡ୍ ସୋ' ପୂର୍ବରୁ ଶ୍ରୀମନ୍ଦିରରେ ମୋଦି। ଶ୍ରୀଜିଉଙ୍କ ଦର୍ଶନ ପରେ ରୋଡ୍ ସୋ' କରିବେ ମୋଦି। ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ସୋ। ସକାଳୁ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଆସିଛନ୍ତି ମୋଦି। ତାଳବଣିଆ ହେଲିପ୍ୟାଡରୁ ଓହ୍ଲାଇ ଶ୍ରୀମନ୍ଦିର ଅଭିମୁଖେ ଗଲେ ପ୍ରଧାନମନ୍ତ୍ରୀ।
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ପରେ ସକାଳ ୮ଟାରେ ଆରମ୍ଭ ହେବ ମୋଦିଙ୍କ ରୋଡ୍ ସୋ। ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ବିଜେପି ବରିଷ୍ଠ ନେତା, କର୍ମୀ, ସମର୍ଥକ ଓ ସାଧାରଣ ଲୋକ ସାମିଲ ହେବେ। ପରେ ଅନୁଗୁଳ ଓ କଟକରେ ମୋଦିଙ୍କ ମାରାଥନ ପ୍ରଚାର କାର୍ଯ୍ୟକ୍ରମ ରହିଛି।
Live Updates: ଦ୍ବିତୀୟ ପର୍ଯ୍ୟାୟ ଭୋଟିଂର ଟିକିନିଖି ଖବର ଜାଣିବାକୁ ଏହି ଲିଙ୍କରେ କ୍ଲିକ କରନ୍ତୁ...
ଗତକାଲି ଭୁବନେଶ୍ୱର ପହଞ୍ଚିବା ପରେ ରାଜ୍ୟ ବିଜେପି ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ। ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ ମୋଦି ଆଲୋଚନା କରିଥିଲେ। ନିର୍ବାଚନ ପରିଚାଳନାର ସମୀକ୍ଷା ସହ, କିଏ କେଉଁ ଦାୟିତ୍ୱରେ ଅଛି, କାର୍ଯ୍ୟକ୍ରମ କେମିତି ଚାଲିଛି ଏନେଇ ପ୍ରତିଟି ନେତାଙ୍କ ସହ କଥା ହୋଇଛନ୍ତି। ୱାର ରୁମ, ପ୍ରଚାର, ବୁଥ ମ୍ୟାନେଜମେଣ୍ଟ ଏସବୁର ସମୀକ୍ଷା କରିଥିଲେି ମୋଦି। ପରେ ରାଜଭବନରେ ରାତ୍ରୀଯାପନ କରିଥିଲେ ପ୍ରଧାନମନ୍ତ୍ରୀ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)