Advertisment

ଖଲ୍ଲିକୋଟରେ ରାଜନୈତିକ ହିଂସା; ଚାଲିଗଲା ଜଣଙ୍କର ଜୀବନ

ଖଲ୍ଲିକୋଟ୍ ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି ନେଇ ଅଭିଯୋଗ ହୋଇଥିଲା । ଗାଁରେ ବିଜେପି କର୍ମୀ ବ୍ୟାନର ମାରୁଥିବା ଏହାକୁ ବିରୋଧ କରି ସେମାନଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଥିଲା ।

author-image
Sonali Ojha
ଅଦ୍ୟତନ ହୋଇଛି
Political violence in Khallikot

Political violence in Khallikot

ବଢିବାରେ ଲାଗିଛି ରାଜନୈତିକ ହିଂସା। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ରାଜନୈତିକ ହିଂସାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମରଣାନ୍ତକ ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଥିବା ୪ ଜଣଙ୍କ ମଧ୍ୟରୁ ଜଣଙ୍କ ଜୀବନ ଯାଇଛି। ବିଳମ୍ବିତ ରାତିରେ ଗୁରୁତର ଦିଲ୍ଲୀପ ପାହାନ ନାମକଙ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Advertisment

ଖଲ୍ଲିକୋଟ୍ ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି ନେଇ ଅଭିଯୋଗ ହୋଇଥିଲା । ଗାଁରେ ବିଜେପି କର୍ମୀ ବ୍ୟାନର ମାରୁଥିବା ଏହାକୁ ବିରୋଧ କରି ସେମାନଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଥିଲା ।ଆକ୍ରମଣରେ ୪ ଜଣ ବିଜେପି କର୍ମୀ ଗୁରୁତର ହୋଇଥିଲେ। ସେମାନଙ୍କୁ ପ୍ରଥମେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ।

ଅଧିକ ପଢ଼ନ୍ତୁ: ଜେଲ୍ ଗଲେ ପିଣ୍ଟୁ ଦାସ Aiimsରେ ଭର୍ତ୍ତି ହେଲେ ପ୍ରଦୀପ, ପଞ୍ଜରାରେ ଲାଗିଛି ଆଘାତ

Advertisment

ତେବେ ବିଳମ୍ବିତ ରାତିରେ ଗୁରୁତର ଦିଲ୍ଲୀପ ପାହାନ ନାମକଙ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟଜଣେ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଜଣେ ଏବେ ବି ଏମକେସିଜିରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟଜଣଙ୍କୁ ଚିକିତ୍ସା କରିବା ପରେ ଘରକୁ ପଠାଇ ଦିଆଯାଇଛି । ତେବେ ଏହି ରାଜନୈତିକ ହିଂସା ଘଟଣାକୁ ନେଇ ପୋଲିସ କିମ୍ବା ଶାସକ ଦଳର କୌଣସି ପ୍ରତିକ୍ରିୟା ହସ୍ତଗତ ହୋଇନାହିଁ।

ପୂର୍ବରୁ ମଧ୍ୟ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଖବର ସାମନାକୁ ଆସିଥିଲା। ଆଠଗଡ଼, ଭୁବନେଶ୍ୱର ଓ ବରଗଡ଼ରେ ବିଜେଡି-ବିଜେପି କର୍ମୀ ମାର୍‌ପିଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। କଟକ ଆଠଗଡ଼ରେ ନିର୍ବାଚନୀ ହିଂସା ଘଟିଥିଲା। ଖୁଣ୍ଟୁଣି ଥାନା ସମ୍ମୁଖରେ ବିଜେପିର ଏକ ରାଲିକୁ ନେଇ ମୁହାଁମୁହିଁ ହୋଇଥିଲେ ବିଜେପି ଓ ବିଜେଡି ସମର୍ଥକ। ଥାନା ଆଗରେ ଅତିରିକ୍ତ ଏସପିଙ୍କ ଉପସ୍ଥିତିରେ ଢେଲା ମାଡ଼ ଅଭିଯୋଗ ହୋଇଥିଲା। ଆଠଗଡ଼ର ୩ ନମ୍ବର ଜୋନ୍ ଅନନ୍ତପୁରରେ ବିଜେପି ପକ୍ଷରୁ ଏକ ନିର୍ବାଚନୀ ରାଲି କରାଯାଉଥିଲା। ତେବେ ଏହି ସମୟରେ ବିଜେପି ସମର୍ଥକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଥିଲା।

ସେହିଭଳି ଭୁବନେଶ୍ବର ୟୁନିଟ୍-୬ର ୪୬ ନମ୍ବର ୱାର୍ଡରେ ବିଜେପି କର୍ମୀଙ୍କୁ ଡୋର୍ ଟୁ ଡୋର୍ କ୍ୟାମ୍ପେନିଂ ବେଳେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଥିଲା। ବିଜେଡି କର୍ପୋରେଟରଙ୍କ ଲୋକମାନେ ମାରଣାସ୍ତ୍ରରେ ଆକ୍ରମଣ କରିଥିବା କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ ଜଣେ ମହିଳା ବିଜେପି କର୍ମୀ।

ସେପଟେ ବରଗଡ଼ ଅମ୍ବାଭୋନା ବ୍ଲକର କୁମ୍ବୋ ଗାଁରେ ବି ନିର୍ବାଚନୀ ହିଂସା ଅଭିଯୋଗ ହୋଇଥିଲା। ବିଜେପି ପ୍ରଚାର ଗାଡି ପ୍ରଚାର କରୁଥିବା ବେଳେ ସେମାନଙ୍କ ଗାଡ଼ିକୁ ଭଙ୍ଗାରୁଜା କରିଥିବା ନେଇ ଅମ୍ବାଭୋନା ଥାନାରେ ଅଭିଯୋଗ ହୋଇଥିଲା।

ଅଧିକ ପଢ଼ନ୍ତୁ: ବିଜେଡି ନେତ୍ରୀ ଯାଉଥିବା କାରରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ

BJD BJP Political Violence General Election 2024
Advertisment
Advertisment