/odishatv-khabar/media/post_attachments/uploadimage/library/16_9/16_9_0/IMAGE_1715620110.jpg)
Ganjam Politics
ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀ ହାତାହାତି, ତୁମୁଳକାଣ୍ଡ। ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିବା ସୂଚନା । ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା । ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକଙ୍କ ହୋହଲ୍ଲା ଦେଖିବାକୁ ମିଳିଛି । ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇ ଭି ଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)