Advertisment

ପ୍ରଦୀପଙ୍କୁ ମାଡ଼ମାରି ଗିରଫ ହେଲେ ଶିବଶଙ୍କର; ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କଲେ ପତ୍ନୀ ସୁଜାତା

ଆକ୍ରମଣ ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କେବେଳ ଅହିଂସା କଥା କହୁଛନ୍ତି, ମାତ୍ର ହିଂସା ଏବେ ଚରମ ସୀମାରେ ପହଞ୍ଚିଛି।

ଅଦ୍ୟତନ ହୋଇଛି
independent candidate Shibashankar Das arrested for attacking Pradeep Panigrahi

Pradeep Panigrahi

Advertisment

ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା। ଗିରଫ ହେଲେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ। ହତ୍ୟା ଉଦ୍ୟମ ମାମଲା ରୁଜୁ କରି ଶିବଶଙ୍କରଙ୍କୁ ଗିରଫ କରିଛି ପୋଲିସ। କୋର୍ଟରେ ଜାମିନ ନାମଞ୍ଜୁର ହେବାପରେ ତାଙ୍କୁ ଜେଲ୍‌ ପଠାଇ ଦିଆଯାଇଛି। କାଲି ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଓରଫ ପିଣ୍ଟୁ। ଆକ୍ରମଣ ପରେ ପିଣ୍ଟୁଙ୍କୁ ଥାନାରେ ଅଟକ ରଖିଥିଲା ପୋଲିସ।

Advertisment

ତେବେ ଆହତ ପ୍ରଦୀପଙ୍କୁ ଆଜି ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍‌ ସ୍ଥାନାନ୍ତର କରାଯାଇଛି। ପ୍ରଦୀପଙ୍କ ପଞ୍ଜରା ହାଡରେ ଆଘାତ ଲାଗିଥିବା ସୂଚନା ମିଳିଛି। ଅଧିକ ଚିକିତ୍ସା ପାଇଁ ଏମସରେ ଭର୍ତ୍ତି କରାଯାଇଛି। ତେବେ ଏହି ଆକ୍ରମଣ ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କେବେଳ ଅହିଂସା କଥା କହୁଛନ୍ତି, ମାତ୍ର ହିଂସା ଏବେ ଚରମ ସୀମାରେ ପହଞ୍ଚିଛି। ହାରିବା ଭୟରେ ସେମାନେ ତାଟିଆ କାମୁଡ଼ିବା ଆରମ୍ଭ କରିଛନ୍ତି । ପ୍ରଦୀପ ପାଣିଗ୍ରାହୀଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ପତ୍ନୀ କହିଛନ୍ତି, ଚେଷ୍ଟରେ ଫ୍ରାକ୍‌ଚର ହୋଇଛି, ବେକରେ ମାଡ଼ ହୋଇଛି। ତାଙ୍କ ପକ୍ଷରେ କଥା କହିବା କଷ୍ଟକର ହୋଇପଡିଛି।

ଅଧିକ ପଢ଼ନ୍ତୁ: ବିଜେଡି ନେତ୍ରୀ ଯାଉଥିବା କାରରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ

ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଭୋଟିଂ ବେଳେ କିଛି କିଛି ସ୍ଥାନରେ ହିଂସାକାଣ୍ଡ ଦେଖିବାକୁ ମିଳିଥିଲା। ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ହାତାହାତି ହେବା ସହ ତୁମୁଳକାଣ୍ଡ ଘଟିଥିଲା। ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିଲେ। ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ଆହତ ହୋଇଛନ୍ତି।

Advertisment

ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକ ହୋହଲ୍ଲା କରିଥିଲେ। ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ଇଭିଏମ ଠିକ ଭାବେ ସିଲ ହୋଇନଥିବା ଅଭିଯୋଗକୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

BJD BJP Pradeep Panigrahi General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ