ପ୍ରଧାନମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ, ୧୧ତାରିଖରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ମୋଦି

୧୧ ତାରିଖରେ ପ୍ରଧାନମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ,ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ମୋଦି । ବିଜେପି ମହଲରେ ଉତ୍ସାହର ଲହରି ।

pm modi

୧୧ ତାରିଖ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ତାଙ୍କ ଗସ୍ତକୁ ନେଇ ବିଜେପି ମହଲରେ ଉତ୍ସାହର ଲହରି ଖେଳିଯାଇଛି । କନ୍ଧମାଳ ଜିଲ୍ଲାର ନେତା ଓ କର୍ମୀ ମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାର ଆୟୋଜନ ଆରମ୍ଭ କରିଦେଇଛନ୍ତି ।

ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଲବାଣୀ ଗସ୍ତରେ ଆସି ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ସେ ଭୋଟ ଭିକ୍ଷା କରିବେ । ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ସଭା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।

ଅଧିକ ପଢ଼ନ୍ତୁ: ‘ଆମ୍ବାନୀ-ଆଡାନୀଙ୍କ ସହ କେତେ ଟଙ୍କାର ଡିଲ୍‌, ଆଉ ପାଟି ଖୋଲୁ ନାହାନ୍ତି ରାହୁଲ’

ଏହା ପୂର୍ବରୁ  ଗତ ୬ ତାରିଖରେ ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତରେ ଆସି ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ  ପ୍ରଧାନମନ୍ତ୍ରୀ  । ସକାଳ ୧୦ଟାରେ ବ୍ରହ୍ମପୁର ଏବଂ ଦିନ ସାଢ଼େ ୧୨ଟାରେ ନବରଙ୍ଗପୁର ପାପଡ଼ାହାଣ୍ଡିରେ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ପ୍ରୀତି କଥା କହିଥିଲେ ମୋଦି । ବିଜେଡି ସରକାରଙ୍କ ଓଡ଼ିଆ ଭାଷା ପ୍ରୀତି ବର୍ଣ୍ଣନା କରିବାକୁ ଯାଇ ତେରଚ୍ଛା ବାଣ ମାରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିପାରୁନି । ବିଜେଡି ସରକାର ଏଠାରେ ଆୟୁଷ୍ମାନ ଯୋଜନା ଲାଗୁ କରାଉନାହାନ୍ତି । ଲୋକଙ୍କୁ ଚିକିତ୍ସା ମିଳିନପାରିବାର ଦୋଷୀ ଏଠାର ବିଜେଡି ସରକାରର ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।