Advertisment

ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ, ହେଲେ କାହିଁକି ?

ରହୁଲ ନଆସିବା ଖବର ପ୍ରକାଶ ପାଇବା ପରେ ଏବେ କଂଗ୍ରେସ କର୍ମୀଙ୍କ ମହଲରେ ନିରାଶା ଦେଖିବାକୁ ମିଳିଛି ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Rahul Gandhi to visit odisha cancelled

Rahul Gandhi

ଆଜି ରାୟଗଡ଼ା ସମାବେଶକୁ ଆସିବେନି ରାହୁଲ ଗାନ୍ଧି । ରାହୁଲ ଆସିବେନି ବୋଲି କଂଗ୍ରେସ ସୂତ୍ରରୁ ସୂଚନା । ଆଜି ମଧ୍ୟାହ୍ନ ୧୨ଟାରେ ପହଞ୍ଚିବାକୁ କାର୍ଯ୍ୟକ୍ରମ ଥିଲା । ରାୟବରେଲୀରେ ପ୍ରାର୍ଥିପତ୍ର ଦାଖଲ ଥିବାରୁ ଆସିପାରିବେନି ରାହୁଲ ।

Advertisment

ତେବେ ରାହୁଲ ଓଡ଼ିଶ ଆସିବାକୁ ଥିବାରୁ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଥିଲା । ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଥିଲା । ଏହା ପରେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖ ପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିବେ ବୋଲି ସବୁ ପ୍ରକାର ବନ୍ଦୋବସ୍ତ ସରିଥିଲା । କିନ୍ତୁ ରହୁଲ ନଆସିବା ଖବର ପ୍ରକାଶ ପାଇବା ପରେ ଏବେ କଂଗ୍ରେସ କର୍ମୀଙ୍କ ମହଲରେ ନିରାଶା ଦେଖିବାକୁ ମିଳିଛି ।

ଅଧିକ ପଢ଼ନ୍ତୁ: ଶେଷ ଦିନରେ ରାୟବରେଲୀରୁ ପ୍ରାର୍ଥୀ ହେଲେ ରାହୁଲ, ଆମେଠିରୁ କିଶୋରୀ ଲାଲ୍ ଶର୍ମା

Advertisment

ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନା ଉପମୁଖ୍ୟମନ୍ତ୍ରୀ ଏମ୍.ବିକ୍ରମ ଭଟ୍ଟୀ, ପିସିସି ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେବେ। ଗତକାଲି ରାୟଗଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଥିଲା ।

ସୂଚନାଯୋଗ୍ୟ, ପୂର୍ବରୁ ଗତ ମେ ୨୮ରେ ସାଲେପୁର ଆସିଥିଲେ ରାହୁଲ । ରାହୁଲ ଗାନ୍ଧି ଓଡ଼ିଶା ଆସି ଓଡ଼ିଶା କଂଗ୍ରେସ ପାଇଁ ନିର୍ବାଚନୀ ବିଗୁଲ ଫୁଙ୍କିଥିଲେ । ସାଲେପୁର ସଭାରେ ଆରମ୍ଭରୁ ବର୍ଷିଥିଲେ ରାହୁଲ ଗାନ୍ଧି। ସେ କହିଥିଲେ, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି। 

‘କଂଗ୍ରେସ ତେଲେଙ୍ଗାନାରେ ବିଜେପି-ବିଆର୍‌ଏସ୍‌ ମେଣ୍ଟ ପଦାକୁ ଆଣିଥିଲା। ନିର୍ବାଚନ ହେଲା, ସେଠାରେ ବିଆର୍‌ଏସ୍‌ ପୂରା ଉଡ଼ିଗଲା। ଏଠାରେ ବିଜେପି-ବିଜେଡିର ବାହାଘର ହୋଇଯାଇଛି। ଏଠାରେ ଦୁଇ ଜଣ ଏକାଠି ରହି ଓଡ଼ିଶାବାସୀଙ୍କୁ ପାନ ଦେଇଛନ୍ତି। ଅଙ୍କଲ୍‌ ଓ ନବୀନ ବାବୁ ମିଶି ଓଡ଼ିଶା ଲୋକଙ୍କୁ ପାନ ଧରାଇଦେଲେ । ପାନ ଅର୍ଥ ଓଡ଼ିଶାକୁ ପାଣ୍ଡିଆନ ହିଁ ଚଳାଉଛନ୍ତି ବୋଲି କହିଛନ୍ତି ରାହୁଲ। ଚାରା ରୋପଣ ନାଁରେ ଏଠାରେ ୧୫ ହଜାର କୋଟି ଲୁଟିଛନ୍ତି। ଖଣିରୁ ପ୍ରଚୁର ଲୁଟିଛନ୍ତି, କଂଗ୍ରେସ ଆସିଲେ ଏ ଟଙ୍କା ଫେରସ୍ତ ହେବ। ଓଡ଼ିଶାରେ କ୍ଷମତାକୁ ଆସିଲେ ଲୋକଙ୍କ ଖାତାକୁ ଟଙ୍କା ଦିଆଯିବ। ୨୦୦ ୟୁନିଟ ମାଗଣା ବିଜୁଳି, ଗ୍ୟାସ୍‌ ୫ ଶହ ଟଙ୍କାରେ ଦିଆଯିବ। ଧାନ କୁଇଣ୍ଟାଲ ୩ ହଜାର ଟଙ୍କା କରିବୁ। ମହିଳାଙ୍କୁ ୨ ହଜାର, ଯୁବକଙ୍କୁ ୩ ହଜାର, ଚାଷୀଙ୍କୁ ୩ ହଜାର ମିଳିବ।‘

BJD BJP Congress Rahul Gandhi Odisha Politics General Election 2024
Advertisment
Advertisment