• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ପୁଅ ପାଇଁ ଭୋଟ ମାଗୁ ମାଗୁ ବିଜେଡି ପାଇଁ ପ୍ରଚାର କରିଦେଲେ କଂଗ୍ରେସ ବିଧାୟକ ସୁର ରାଉତରାୟ । ସେ ସମୟର ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ଉତ୍ତର ଭୁବନେଶ୍ୱରରେ ଏକ କ୍ରିକେଟ୍ ମ୍ୟାଚ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ସୁର । ସେଠି ସ୍ଥାନୀୟ ବିଜେଡି ବିଧାୟକ ସୁଶାନ୍ତ ରାଉତ ବି ଥିଲେ।

ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ। ଉତ୍ତର ଭୁବନେଶ୍ୱରରେ ଗଲା ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି । ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି । ଏଥର ସୁଶାନ୍ତ ହିଁ ଜିତିବେ ବୋଲି ଦୃଢ଼କ୍ତି ସହ କହିଥିଲେ ସୁର । ଖାଲି ଏତିକି ନୁହେଁ, ନିଜ ପୁଅ ମନ୍ମଥଙ୍କୁ ବିଜେଡିରୁ ଅଫର୍ ଦିଆଯାଇଥିଲା ସେତେବେଳେ ଜଗନ୍ନାଥ ବଡ଼ ସୁଯୋଗ ଦେଇଛନ୍ତି, ମାଡ଼ି ଚାଲ ବୋଲି ମନ୍ମଥଙ୍କୁ କହିଥିଲେ ବୋଲି ଦୋହରାଇଛନ୍ତି । ତାଙ୍କ ପୁଅ ଓ ସୁଶାନ୍ତ ରାଉତଙ୍କୁ ଡବଲ ଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ କହିଥିଲେ ସୁର ରାଉତରାୟ ।

ସୁରଙ୍କ ଏଭଳି ଭିଡିଓକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଶରତ କହିଛନ୍ତି- ସେ ଯିଏ ହୁଅନ୍ତୁନା କାହିଁକି, ଦଳର ଶୃଙ୍ଖଳା ଭଙ୍ଗ କଲେ କାର୍ଯ୍ୟାନୁଷ୍ଠାନ ହେବ । ସେପଟେ ବିଜେଡି ପାଇଁ ଭୋଟ୍ ମାଗିବାର ଏହି ଭିଡିଓକୁ ଅସ୍ୱୀକାର କରିଛନ୍ତି ସୁର । କହିଛନ୍ତି ସେ ଦଳ ନୁହେଁ ଖେଳ ମିଟିଂକୁ ଯାଇଥିଲେ ।