Advertisment

ଭୋଟ୍‌ ଦେଉଛି ଓଡ଼ିଶା; ୫ ଲୋକସଭା ସହ ୩୫ ବିଧାନସଭା ଆସନ ପାଇଁ ମତଦାନ

ରାଜ୍ୟରେ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି।

author-image
Sonali Ojha
ଅଦ୍ୟତନ ହୋଇଛି
Odisha Election 2024 Second Phase Voting

Second Phase Election Odisha

ରାଜ୍ୟରେ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଓ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି।

Advertisment

୫ ଲୋକସଭା କ୍ଷେତ୍ରରେ ମୋଟ ୪୦ ଜଣ ପ୍ରାର୍ଥୀ ନିର୍ବାଚନୀ ରଣାଙ୍ଗନରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ୩୪ ପୁରୁଷ ଓ ୬ ଜଣ ମହିଳା । ୩୫ ବିଧାନସଭା କ୍ଷେତ୍ରରେ ମୋଟ ୨୬୫ ଜଣ ପ୍ରାର୍ଥୀ ଭାଗ୍ୟ କରୁଥିବା ବେଳେ ଏମାନଙ୍କ ମଧ୍ୟରେ ୨୨୪ ପୁରୁଷ ଓ ୪୧ ମହିଳା ଅଛନ୍ତି। ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରିବେ।

 Live Updates: ଦ୍ବିତୀୟ ପର୍ଯ୍ୟାୟ ଭୋଟିଂର ଟିକିନିଖି ଖବର ଜାଣିବାକୁ ଏହି ଲିଙ୍କରେ କ୍ଲିକ କରନ୍ତୁ...

Advertisment

ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି ।

ଏହି ପର୍ଯ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର କରାଯାଇଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି । ୧ ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ବାରା ପରିଚାଳିତ । ୧ ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର ହୋଇଛି। ତେବେ ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି।

BJD BJP Congress Odisha Election General Election 2024
Advertisment
Advertisment