Advertisment

ବିଜେପି ଛାଡିଲେ ଭୃଗୁ ବକ୍ସିପାତ୍ର; ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ବିଜେପିର ରାଜ୍ୟ ଉପସଭାପତି ଥିଲେ ଭୃଗୁ ବକ୍ସିପାତ୍ର। ଗତଥର ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ । ୨୦୧୯ରେ ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ ।

ଅଦ୍ୟତନ ହୋଇଛି
undefined

Bhrugu Baxipatra

Advertisment

ନିର୍ବାଚନ ଯେତିକି ଯେତିକି ପାଖଉଛି, ପ୍ରାର୍ଥୀ ଘୋଷଣା ଓ ଟିକେଟ୍ କସରତ୍ ଭିତରେ ସେତିକି ବଢ଼ି ଚାଲିଛି ନେତାଙ୍କ ଦଳ ଡିଆଁ ପର୍ବ। ନିକଟରେ ବିଜେଡି ଓ ବିଜେପିରେ ଦଳଡିଆଁ ଚାଲିଛି। ଟିକେଟକୁ ନେଇ ବଢୁଥିବା ଅନ୍ତର୍କନ୍ଦଳ ଭିତରେ ଅସନ୍ତୁଷ୍ଟ ନେତା ଦଳ ଛାଡୁଛନ୍ତି। ଏହାରି ଭିତରେ ବିଜେପି ଛାଡିଛନ୍ତି ଭୃଗୁ ବକ୍ସିପାତ୍ର।

Advertisment

ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭୃଗୁ ବକ୍ସିପାତ୍ର । ରାଜ୍ୟ ସଭାପତିଙ୍କ ନିକଟକୁ ନିଜର ଇସ୍ତଫାପତ୍ର ପଠାଇଛନ୍ତି । ବିଜେପିର ରାଜ୍ୟ ଉପସଭାପତି ଥିଲେ ଭୃଗୁ ବକ୍ସିପାତ୍ର। ଗତଥର ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ । ୨୦୧୯ରେ ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ । ବର୍ତ୍ତମାନ ନିର୍ବାଚନ ସମୟରେ ଭୃଗୁ ଦଳର ସକ୍ରିୟ ଭୂମିକାରେ ନଥିଲେ।

ସେ ନିଜ ଇସ୍ତଫାପତ୍ରରେ ଲେଖିଛନ୍ତି, 'ଅତ୍ୟନ୍ତ ଦୁଃଖର ସହ ମୁଁ ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। ଗତ ୨୩ବର୍ଷ ଧରି ଜଣେ ସଭ୍ୟ ଭାବରେ ରାଜ୍ୟରେ ପାର୍ଟିର ଉନ୍ନତି ପଇଁ ସମସ୍ତ ପ୍ରୟାସ କରିଛି। ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ଅତ୍ୟନ୍ତ ନିଷ୍ଠା, ପରିଶ୍ରମ ଓ ସ୍ଥିରତାର ସହ ତୁଲାଇଛି। ବିଭିନ୍ନ ସାଂଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିବାରେ ପାର୍ଟି ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ। କିନ୍ତୁ ଗତ କିଛିଦିନ ହେଲା ଦଳରେ ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧି କଲି। ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି।' ଲୋକଙ୍କ ସେବା ଏବଂ ଓଡ଼ିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି ବୋଲି ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।

Advertisment

BJP
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ