Advertisment

ସନ୍ଧ୍ୟାରେ ସରିବ ପ୍ରଚାର, ଦିନକ ପରେ ୬ ଲୋକସଭା ୪୨ ବିଧାନସଭାରେ ଭୋଟ

ଏଥର ମଇଦାନରେ ବହୁ ହେଭିୱେଟ୍ । ୬ ସଂସଦୀୟ କ୍ଷେତ୍ର, ୪୨ ବିଧାନସଭା ଆସନରେ ହେବ ଭୋଟିଂ ।

ଅଦ୍ୟତନ ହୋଇଛି
Third Phase Election Rich Candidate

Third Phase Election Rich Candidate

Advertisment

ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଏଥର କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।

Advertisment

କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ, ପୁରୀରେ ସମ୍ବିତ ପାତ୍ର VS ଅରୁପ ପଟ୍ଟନାୟକଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ,  ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ୍ ଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ। ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ । ଏହି ସବୁ ସିଟ୍‌ରେ କଂଗ୍ରେସ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ।

ଅଧିକ ପଢ଼ନ୍ତୁ: ଓଡ଼ିଶାରେ ରିଲ୍ ରାମଙ୍କ ମାରାଥନ୍ ପ୍ରଚାର, କହିଲେ ବିଜେପିକୁ ଭୋଟ ଦିଅ...

Advertisment

ଆସନ୍ତା ୨୫ ତାରିଖରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ୍ ।

ରିପୋର୍ଟ ଅନନୁଯାୟୀ ୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୦ ଜଣ ଅର୍ଥାତ୍ ୨୬ ପ୍ରତିଶତଙ୍କ ନାମରେ ରହିଛି ଅପରାଧିକ ମାମଲା । ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା । ୪ ଜଣଙ୍କ ନାଁରେ ହତ୍ୟା ମାମଲା ରହିଛି । ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ଥିବା ବେଳେ ୨୮ ଜଣଙ୍କ ନାମରେ ମହିଳା ବିରୋଧୀ ମାମଲା ରହିଛି । ଏମିତିକି ଜଣଙ୍କ ନାମରେ ଦୁଷ୍କର୍ମ ମାମଲା ବି ଅଛି ।

Advertisment

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩ ପ୍ରତିଶତ ବିଧାୟକ ପ୍ରାର୍ଥୀ କୋଟିପତି । କେନ୍ଦୁଝର ଚମ୍ପୁଆର BJD ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ଯ୍ୟାୟର ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ଯ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ । ଆଉ ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ BJP ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ।

ଅଧିକ ପଢ଼ନ୍ତୁ: ନବୀନଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛି ବିଜେପି, ଉତ୍ତର ରଖୁନାହାନ୍ତି ମୁଖ୍ୟମନ୍ତ୍ରୀ

ଅନ୍ୟପଟେ ଆଜି ବିଜେପି ପକ୍ଷରୁ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀ ଅଧ୍ୟକ୍ଷ ଜେପି ନଡ୍ଡା । ଏହା ସହ ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ରାଜ୍ୟରେ ଏବେ ଏଭଳି ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍।

ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏଥିସହିତ ୭ଟି ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ରହିବେ ।

BJD BJP Congress Odisha Election Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ