Advertisment

କାଲି ଭୋଟ୍ ଦେବ ଓଡ଼ିଶା; ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର...

ସରିଛି ସମସ୍ତ ପ୍ରସ୍ତୁତି। ଆସନ୍ତାକାଲି ରାଜ୍ୟରେ ୬ ଲୋକସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ।

author-image
Sujit kumar Swain
ଅଦ୍ୟତନ ହୋଇଛି
Odisha Election 2024 Third Phase Voting Tomorrow

Third phase voting in Odisha

କାଲି ରାଜ୍ୟରେ ଭୋଟ୍। ସରିଛି ସମସ୍ତ ପ୍ରସ୍ତୁତି। ଆସନ୍ତାକାଲି ରାଜ୍ୟରେ ୬ ଲୋକସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ଏଥିପାଇଁ ବୁଥ୍ ମୁହାଁ ହୋଇଛନ୍ତି ପୋଲିଂ ପାର୍ଟି। ଇଭିଏମ୍, ଭିଭିପାଟ୍ ଓ ଭୋଟିଂ ପାଇଁ ଆବଶ୍ୟକ ଅନ୍ୟାନ୍ୟ ସାମଗ୍ରୀ ଧରି ବୁଥ୍ ଅଭିମୁଖେ ଯାଉଛନ୍ତି। କାଲି ବିଭିନ୍ନ ସ୍ଥାନରେ ପୋଲିଂ ଅଧିକାରୀ ଓ କର୍ମଚାରୀ ପହଞ୍ଚି ସାରିଥିବା ବେଳେ ବାକି ଆଜି ପହଞ୍ଚିବେ। 

Advertisment

ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ରାଜ୍ୟରେ ମୋଟ୍ ୧୦ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ। ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର। ଏମାନଙ୍କ ଭିତରେ ଅଛନ୍ତି ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା ରହିଛନ୍ତି। 

ପଢନ୍ତୁ ଏହି ଖବର: ୨୪ ମହାସଂଗ୍ରାମରେ ଯୋଗୀଙ୍କ ହୁଙ୍କାର; କହିଲେ, ଓଡ଼ିଶାର ଅସ୍ମିତା ସହ ଖେଳୁଛନ୍ତି ତାମିଲବାବୁ

Advertisment

୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନାରେ ୬୪ ପ୍ରାର୍ଥୀ ଅଛନ୍ତି। ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି୩୮୩ ପ୍ରାର୍ଥୀ। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସର୍ବାଧିକ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ବା ସିଏପିଏଫ ମୁତୟନ ହେବେ। ଶୃଙ୍ଖଳିତ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସାଇଲେଣ୍ଟ ଆୱାର ଆରମ୍ଭ ହେବା କ୍ଷଣି ସବୁ ହୋଟେଲ୍, ଗେଷ୍ଟ ହାଉସରେ ଯାଞ୍ଚ କଡାକଡି କରାଯାଇଛି। 

Odisha Election General Elections 2024
Advertisment
Advertisment