Advertisment

ପୁଣି ଓଡ଼ିଶା ଆସୁଛନ୍ତି ଶାହ; ବିଜେପି ପ୍ରାର୍ଥୀଙ୍କ ପାଇଁ କରିବେ ମାରାଥନ ପ୍ରଚାର

୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ।

author-image
Manoranjan Behera
ଅଦ୍ୟତନ ହୋଇଛି
Amit Shah to visit odisha today

Amit Shah

ଆଜି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ। ସମ୍ବଲପୁର ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ ଓ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର ଉପସ୍ଥିତ ରହିବେ।

Advertisment

ସମ୍ବଲପୁର ସଭା ପରେ ଶାହା ଯିବେ କେନ୍ଦୁଝର। ସେଠାରେ ମେଡିକାଲ ଗ୍ରାଉଣ୍ଡରେ ଆୟୋଜିତ ହୋଇଛି ବିରାଟ ଜନସଭା କାର୍ଯ୍ୟକ୍ରମ। ଲୋକଙ୍କୁ ଗୃହମନ୍ତ୍ରୀ ସମ୍ବୋଧନ କରିବା ସହ ଭୋଟ ପାଇଁ ନିବେଦନ କରିବେ। ସେଠାରୁ ଢେଙ୍କାନାଳର ପରଜଙ୍ଗ ପରେ ନୟାଗଡ଼ ଯିବେ ଗୃହମନ୍ତ୍ରୀ ଅମିତ ଶାହ। ସେଠାରେ ଲୋକଙ୍କୁ ସମ୍ବୋଧନ କରିବା ସହ ନିଜ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ।

ଅଧିକ ପଢ଼ନ୍ତୁ: ଜଗନ୍ନାଥଙ୍କୁ ନେଇ ଭୁଲରେ କହିଦେଇଥିଲେ ଏମିତି; ପଶ୍ଚାତ୍ତାପ ପାଇଁ ୩ ଦିନ କରିବେ ଉପବାସ

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ କେନ୍ଦ୍ର ମନ୍ତ୍ରୀ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମାଲୋଚନା କରୁଛନ୍ତି। ଆଜି ମଧ୍ୟ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବେ ବୋଲି ଚର୍ଚ୍ଚା ହେଉଛି। ସେପଟେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଆଜି ମୋରଡ଼ା, ଉଦଳା, ଯଶୀପୁର, ରାଇରଙ୍ଗପୁର, ବାଙ୍ଗୀରିପୋଷି ଓ ବାରିପଦାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ଗତକାଲି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ମୋଦି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହାପରେ ବଡ଼ଦାଣ୍ତରେ ବିଶାଳ ରୋଡ ସୋ’ କରିଥିଲେ। ସେଠାରୁ ଅନୁଗୁଳ ଓ ପରେ କଟକରେ ଜନ ସମାବେଶରେ ଯୋଗ ଦେଇଥିଲେ। ଜଗା ଆଶୀର୍ବାଦ ନେଇ ପୁରୀରେ ବିଶାଳ ରୋଡ୍ ସୋ କଲେ। ଅନୁଗୁଳରେ DMF ଦୁର୍ନୀତି କଥା ଉଠାଇ ଧୁମ୍ ଧୋଇଲେ। ଆଉ କଟକରେ ପ୍ରଚଣ୍ଡ ପ୍ରହାର କଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଜେପି ଜନସଭା ମଞ୍ଚରୁ ବିଜେଡି ସରକାରକୁ ଗୋଟିଏ ପରେ ଗୋଟିଏ ପ୍ରସଙ୍ଗରେ କରିଛନ୍ତି ନିଶାନା। କଟକରେ କହିଥିଲେ- ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ଓ ଖଣି ମାଫିଆ ଦେଇଛି।

ଅଧିକ ପଢ଼ନ୍ତୁ: ବୁଥରେ ପୋଲିଂ ଟିମକୁ ତାଲା ପକାଇଦେଲେ ଗ୍ରାମବାସୀ

Amit Shah BJP Odisha Election Odisha Politics General Election 2024
Advertisment
Advertisment