କାଲି ଆସିବେ ସ୍ମୃତି ଇରାନୀ, ୩ଟି ସ୍ଥାନରେ କରିବେ ନିର୍ବାଚନୀ ସଭା

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ ।

Odisha Election

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ । କୁଜଙ୍ଗ, ଆଳି ଓ ରେମୁଣାରେ ତିନିଟି ଜନସଭା କରିବେ । ପାରାଦୀପର କୁଜଙ୍ଗଠାରେ ପ୍ରଥମ ସଭାରେ ଯୋଗ ଦେବେ ସ୍ମୃତି । ଏହାପରେ ଆସିବେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ଆଳି।

ଅଧିକ ପଢ଼ନ୍ତୁ: ମୋଦି ଆସିଲେ ଜନସମୁଦ୍ର, ନବୀନ ଆସିଲେ ଜମାରୁ ଜମୁନି ଗହଳି

ତା’ପରେ ରେମୁଣାରେ ନିର୍ବାଚନୀ ସଭାରେ ଯୋଗଦେବେ ସ୍ମୃତି । ବିଜେପିର ସୁଭଦ୍ରା ଯୋଜନାର ଲକ୍ଷ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରୟାସ କରିବେ । ସୁଭଦ୍ରା ଯୋଜନାରେ ମାଆମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ । ଏହାର ପ୍ରଚାର ପ୍ରସାର ପାଇଁ ଆସନ୍ତାକାଲି ସ୍ମୃତି ଇରାନି ଆସିବେ ଓଡ଼ିଶା ।

ବିଜେପିର ୯୦ ପ୍ରତିଶତ ପ୍ରାର୍ଥୀ ବିଜୟୀ ହେବାର ଆକଳନ କରାଯାଉଛି ବୋଲି ଦଳ ପକ୍ଷରୁ କୁହାଯାଇଛି । ସ୍ମୃତିଙ୍କ ଗସ୍ତ ଦ୍ୱାରା ରାଜ୍ୟ ବିଜେପି ଅଧିକ ସଶକ୍ତ ହେବ ବୋଲି ଗୋଲକ ମହାପାତ୍ର କହିଛନ୍ତି । ଆରମ୍ଭରୁ ବିଜେପି ଫୋକସରେ ଓଡ଼ିଶା ରହି ଆସିଛି । ଆସନ୍ତା ୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ଓଡ଼ିଶା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର । ମୋଦି କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ସୂଚନା ଅନୁସାରେ ଚଳିତ ମାସରେ ତିନି ଥର ଓଡ଼ିଶା ଆସିଛନ୍ତି ମୋଦି । ମେ’ ୬ରେ ଓଡ଼ିଶାରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଥିଲେ ମୋଦି ।

ଅଧିକ ପଢ଼ନ୍ତୁ: ୨୪ ମହାସଂଗ୍ରାମରେ ଯୋଗୀଙ୍କ ହୁଙ୍କାର; କହିଲେ, ଓଡ଼ିଶାର ଅସ୍ମିତା ସହ ଖେଳୁଛନ୍ତି ତାମିଲବାବୁ

ଗୋଟିଏ ଦିନରେ ବ୍ରହ୍ମପୁର ଓ ନବରଙ୍ଗପୁରରେ ଦୁଇ ଦୁଇଟି ବିଶାଳ ଜନସଭା କରି ପ୍ରଧାନମନ୍ତ୍ରୀ, ଖାଲି ବିଜେଡିର ଏକ୍ସପାଏରୀ ଡେଟ୍ ଦେଇ ନଥିଲେ ବରଂ ଜୁନ୍ ୧୦ରେ ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣରେ ଯୋଗ ଦେବାକୁ ନିମନ୍ତ୍ରଣ ବି କରିଥିଲେ । ତେବେ ଏହାର ଚାରି ଦିନ ପରେ ଅର୍ଥାତ ମେ’ ୧୦ରେ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ।

୧୦ରେ ଭୁବନେଶ୍ୱରରେ ରୋଡ୍‌ ସୋ’ କରିବା ପରେ ୧୧ରେ ତିନୋଟି ବିଶାଳ ଜନସଭା କରିଥିଲେ । କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ ଜନସଭାରେ ସମ୍ବୋଧିତ କରିଥିଲେ ମୋଦି । ଏହାପରେ ମେ’ ୧୯ରେ ପୁଣି ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିଥିଲେ ପ୍ରଧାନମନ୍ତ୍ରୀ । ୧୯ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଥମ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ଦଳୀୟ କର୍ମକର୍ତ୍ତାଙ୍କୁ ସେ ଭେଟିଥିଲେ ।

ଏହାପରେ ୨୦ ତାରିଖ ସକାଳୁ ସେ ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ଏହାପରେ ପୁରୀ ବଡ଼ଦାଣ୍ଡରେ ବିରାଟ ରୋଡ୍‌ ସୋ’ କରିଥିଲେ ମୋଦି । ପୁରୀରେ ରୋଡ୍‌ ସୋ’ କରିବା ପରେ ଅନୁଗୁଳ ଯାଇ ସେଠାରେ ବିରାଟ ଜନସଭାକୁ ସମ୍ବୋଧିତ କରିଥିଲେ ପ୍ରଧାନମନ୍ତ୍ରୀ । ଅନୁଗୁଳ ପରେ କଟକରେ ମଧ୍ୟ ଏକ ବଡ଼ ଜନସଭାରେ ଯୋଗ ଦେଇ ବିଜେଡି ସରକାରକୁ ଧୁମ୍ ଧୁଲେଇ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀ ସେ ଶବ୍ଦ ବ୍ୟବହାର କରନ୍ତିନି, ପୁଣି ଭିଡିଓରେ କେମିତି କହିଲେ: ସମୀର ମହାନ୍ତି