• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ବାଦ ଦିଆଯାଇଛି । ନିର୍ବାଚନ କମିଶନର କାର୍ଯ୍ୟାଳୟର ହସ୍ତକ୍ଷେପ ପରେ ଏହି ପଦକ୍ଷେପ ନିଆଯାଇଥିବା ରାଜ୍ୟ ବିଜେପି ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କୁହାଯାଇଛି ।

ବିଜୁ ଜନତା ଦଳରେ ପ୍ରତ୍ୟକ୍ଷ ଭାବରେ ରାଜନୀତି କରୁଥିବା ଭିକେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ କିଭଳି କାମ କରିପାରିବେ ବୋଲି ଗତ ଏପ୍ରିଲ ୪ ତାରିଖରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆପତ୍ତି ଉଠା ଯାଇଥିଲା।

ସେ ନେଇ ସି-ଭିଜିଲ ଆପରେ ଅଭିଯୋଗ କରାଯାଇଥିଲା । ଏହା ପରେ ପାଣ୍ଡିଆନଙ୍କୁ ହଟାଯାଇଥିବା ବିଜେପି କହିଛି । ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ଖୋଦ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏହାକୁ ଉଲ୍ଲଂଘନ କରୁଥିବା BJP ଅଭିଯୋଗ ଆଣିଛି । କେବଳ ସେତିକି ନୁହେଁ ରାଜ୍ୟରେ ୫-ଟି ନାଁରେ ମହାଦୁର୍ନୀତି ହୋଇଛି, ଗଣତନ୍ତ୍ରର ହତ୍ୟା, ଓଡିଆ ସ୍ୱାଭିମାନର ହତ୍ୟା ହୋଇଛି ବୋଲି କହିଛି ବିଜେପି ।

ଅଧିକ ପଢ଼ନ୍ତୁ: କୋରେଇରୁ ନିର୍ବାଚନ ଲଢିବାକୁ ମନ ବଳାଇଲେ ଝିଲିକ୍

ତେବେ ବିଜେପିର ଆକ୍ଷେପ ଓ ଅଭିଯୋଗ ଉପରେ ବିଜେଡି କିମ୍ବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।