'ମୋ ଜାଣିବାରେ ସେଭଳି କିଛି ନାହିଁ, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି'

ଆସନ୍ତା ୧୨ ତାରିଖରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ତାପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ।

Odisha Election

ଆସନ୍ତା ୧୨ ତାରିଖରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ତାପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ଆସନ୍ତା ୧୨ ତାରିଖରେ ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ସେଠାରୁ ଫେରିବା ପରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିବେ ମୋଦି । ଗିରୀଶ ମୁର୍ମୁଙ୍କ ନାଁ ମୁଖ୍ୟମନ୍ତ୍ରୀ ଚର୍ଚ୍ଚାରେ ଥିବା ପ୍ରସଙ୍ଗରେ ତୋମାର କହିଛନ୍ତି, ମୋ ଜାଣିବାରେ ସେଭଳି କିଛି ନାହିଁ । ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ ।

ବିଜେପି ବିଧାୟକ ଦଳ ବୈଠକରେ ଯୋଗଦେବେ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ । ଆସନ୍ତାକାଲି ବିଧାୟକ ଦଳ ବୈଠକ ବସିବ । ସେଠାରେ ନବନିର୍ବାଚିତ ବିଜେପି ବିଧାୟକଙ୍କ ସହ ଆଲୋଚନା କରିବେ ବିଜେପିର ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ । ବୁଧବାର ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ।

ଅଧିକ ପଢ଼ନ୍ତୁ: ସୁକାନ୍ତଙ୍କ ବିରାଡ଼ି ବୈଷ୍ଣବ ଉପାଖ୍ୟାନ; କହିଲେ ସବୁ ସ୍ୱାର୍ଥ ପାଇଁ, ୬ ମାସିଆ ଅବସର ଅପ୍ରାସଙ୍ଗିକ

ଅପରାହ୍ନ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ବୁଧବାର ୨ଟା ୧୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ବିମାନ ବନ୍ଦରରୁ ସିଧା ରାଜଭବନ ଯିବେ ପ୍ରଧାନମନ୍ତ୍ରୀ ।

ରାଜଭବନରୁ ବାହାରି ଜନତା ମଇଦାନ ସମାରୋହରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ, ଏକାଧିକ ମୁଖ୍ୟମନ୍ତ୍ରୀ ଏହି ଭବ୍ୟ ଶପଥ ଗହଣ ସମାରୋହ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଆସନ୍ତାକାଲି ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା । ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ । ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳ ବୈଠକ ବସିବ । ବୈଠକରେ ରାଜ୍ୟରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।

ଅଧିକ ପଢ଼ନ୍ତୁ: ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ୍

ଆସନ୍ତା ୧୨ରେ ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ବହୁ VVIP ଆସିବାକୁ ଥିବାରୁ ବିମାନବନ୍ଦର ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର -SOP ଅନୁସାରେ ପଦକ୍ଷେପ ନିଆଯାଉଛି । ରାଜ୍ୟ ପ୍ରଶାସନ, ବିଭିନ୍ନ ସୁରକ୍ଷା ଏଜେନ୍ସି ସହ ମିଳିତ ସହଯୋଗରେ କାମ କରାଯାଉଛି ।

ବିମାନ ବନ୍ଦରରୁ ସହର ଭିତରକୁ VVIPଙ୍କ ଯାତାୟାତ ଯେପରି ସୁରୁଖୁରୁ ରେ ହୋଇପାରିବ, ସେଥିଲାଗି ସବୁ ପ୍ରକାର ପଦକ୍ଷେପ ନିଆଯାଉଛି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ୭ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।