Advertisment

BJPର ପ୍ରଥମ ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ? ସାମିଲ ହେବେ କେଉଁ କେଉଁ ବିଧାୟକ?

ରାଜ୍ୟରେ ବିଜେପିର ପ୍ରଥମ ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ ? ମନ୍ତ୍ରିମଣ୍ଡଳରେ ସାମିଲ ହେବେ କେଉଁ କେଉଁ ବିଧାୟକ ? ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସସ୍ପେନ୍ସ ଲାଗି ରହିଥିବା ବେଳେ ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ନେତାଙ୍କ ବାୟୋଡାଟା ଯାଞ୍ଚ ଆରମ୍ଭ ହୋଇଛି ।

author-image
Swadesi Megha Mallhar Prusty
Odisha Election

Odisha Election

ରାଜ୍ୟରେ ବିଜେପିର ପ୍ରଥମ ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ ? ମନ୍ତ୍ରିମଣ୍ଡଳରେ ସାମିଲ ହେବେ କେଉଁ କେଉଁ ବିଧାୟକ ? ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସସ୍ପେନ୍ସ ଲାଗି ରହିଥିବା ବେଳେ ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ନେତାଙ୍କ ବାୟୋଡାଟା ଯାଞ୍ଚ ଆରମ୍ଭ ହୋଇଛି । ମନ୍ତ୍ରୀ ହେବାର ଆଧାର ରହିଛି ନିର୍ମଳ ଭାବମୂର୍ତ୍ତି, ଅପରାଧିକ ପୃଷ୍ଠଭୂମି ନଥିବା, ପ୍ରଶାସନିକ ଦକ୍ଷତା, ଲୋକସଂପର୍କ ଆଧାରରେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ।

Advertisment

ଅଭିଜ୍ଞତା ସଂପନ୍ନ ବିଧାୟକ ଭାବେ ହେଭିୱେଟ୍ ସୁରେଶ ପୂଜାରୀ, କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଥିବା ବେଳେ ନୂଆ ମୁହଁ ଭାବେ ଚର୍ଚ୍ଚାରେ ଥିବା ନାଁ ପୃଥୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ସନାତନ ବିଜୁଳି, ଅମର ନାୟକ, ବିଭୂତି ଜେନା, ସିଦ୍ଧାନ୍ତ ମହାପାତ୍ର, ଡାକ୍ତର ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ, ଆଶ୍ରିତ ପଟନାୟକ, ବାବୁ ସିଂ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଭବାନୀ ଶଙ୍କର ଭୋଇ, ନିତ୍ୟାନନ୍ଦ ଗଣ୍ଡ, ଡାକ୍ତର ଫକୀର ମୋହନ ନାୟକ ଓ ପ୍ରଭାତୀ ପରିଡା ।

ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ, ଅପେକ୍ଷା ବିଧାୟକ ଦଳ ବୈଠକକୁ । କେନ୍ଦ୍ର ପର୍ଯ୍ୟବେକ୍ଷକ ନିଯୁକ୍ତି କରିବା ପରେ ୧୦ ତାରିଖ ସକାଳେ ବସିବ ବିଧାୟକ ଦଳ ବୈଠକ । ସଂସଦୀୟ ବୋର୍ଡ ବୈଠକର ସୁପାରିଶ ସହ ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ସ୍ଥିର ହେବ ମୁଖ୍ୟମନ୍ତ୍ରୀଙ୍କ ନାଁ ।

Advertisment

ଏହାରି ଭିତରେ ଭୁବନେଶ୍ୱରରେ ପହଁଚିଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ୍ ସିଂ ତୋମାର । ରାଜ୍ୟରେ ବିଜେପିକୁ ସରକାର ଗଢିବାକୁ ସୁଯୋଗ ଦେଇଥିବାରୁ ସେ ସାରା ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତୋମାର କହିଛନ୍ତି, ଆସନ୍ତାକାଲି ବିଜେପି ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ।

ସେହିଦିନ ହିଁ ବିଧାୟକ ଦଳ ବୈଠକ ବସିବ ଏବଂ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ନିଷ୍ପତ୍ତି ନିଆଯିବ । ସେପଟେ ଆସନ୍ତା ୧୦ ତାରିଖ ସନ୍ଧ୍ୟାରେ ଜନତା ମୈଦାନରେ ଦେଖିବାକୁ ମିଳିବ ଓଡ଼ିଆ ଅସ୍ମିତାର ପ୍ରତିଫଳନ । ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କିଏ ହେବ ପ୍ରଶ୍ନରେ ଏହି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

କହିଛନ୍ତି ମୁଖ୍ୟମନ୍ତ୍ରୀ କିଏ ହେବ, ତାହା ବିଜେପିର ସଂସଦୀୟ କମିଟି ନିଷ୍ପତ୍ତି ନେବ । ଏଯାଏଁ ସେନେଇ ନିଷ୍ପତ୍ତି ହୋଇନି । ଦିନେ ଧୈର୍ଯ୍ୟ ରଖନ୍ତୁ ବୋଲି କହିଛନ୍ତି ମନମୋହନ ସାମଲ । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ୍ ମନ୍ତ୍ରୀ ଏବଂ ଦଳର ଶୀର୍ଷ ନେତୃବୃନ୍ଦ ଯୋଗ ଦେବେ ବୋଲି ସେ ସୂଚନା ଦେଇଛନ୍ତି । ଏଥିସହ ମୁଁ ଆଦୌ ରେସରେ ନାହିଁ ବୋଲି କହିଛନ୍ତି ମନମୋହନ ।

BJP Odisha Elections General Elections 2024
Advertisment
Advertisment