Advertisment

Utkarsh Odisha 2025: ମୋଦିଙ୍କ ସମ୍ବୋଧନ: କହିଲେ-ସମ୍ଭାବନାର ଭୂଖଣ୍ଡ ଓଡ଼ିଶା

ଓଡ଼ିଶା ସଶକ୍ତ ହେବ ଓ ସମୃଦ୍ଧ ହୋଇପାରିବ। ଓଡ଼ିଶା  ବିକାଶ ଓ ବିରାସତଙ୍କ ଅଦ୍ଭୁତ ମଡେଲ ବୋଲି ମୋଦି କହିଛନ୍ତି।

ଅଦ୍ୟତନ ହୋଇଛି
undefined

PM Modi

Advertisment

ଭୁବନେଶ୍ୱର ଜନତା ମୈଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଶିଳ୍ପ ମହାକୁମ୍ଭ- ଉତ୍କର୍ଷ ଓଡିଶା କନକ୍ଲେଭ୍। ଦେଶ ବିଦେଶର ହଜାର ହଜାର ଶିଳ୍ପପତିଙ୍କ ଉପସ୍ଥିତିରେ ଦୁଇ ଦିନିଆ  ଶିଳ୍ପ ମହାକୁମ୍ଭକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Advertisment

ଜନତା ମୈଦାନରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଯୋଗ ଦେଇ ମୋଦି ନିଜ ଉଦ୍‌ବୋଧନରେ କହିଛନ୍ତି, ଚଳିତ ଜାନୁଆରୀରେ ଓଡ଼ିଶାକୁ ଏହା ମୋର ଦ୍ୱିତୀୟ ଗସ୍ତ। ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଓଡ଼ିଶାରେ ସବୁଠାରୁ ବଡ଼ ବ୍ୟାବସାୟିକ ସମ୍ମିଳନୀ। ବିକଶିତ ଭାରତ ନିର୍ମାଣରେ ପୂର୍ବ ଭାରତର ଯୋଗଦାନ ବହୁତ ରହିଛି।

ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ରେ ବାଲିଯାତ୍ରାର ଐତିହାସିକ ସୁଖ୍ୟାତି ବଖାଣିଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି, ଦକ୍ଷିଣପୂର୍ବ ଭାରତ ସହ ଓଡ଼ିଶାର ସମ୍ପର୍କ ବହୁ ପୁରୁଣା। ସିଙ୍ଗାପୁର ରାଷ୍ଟ୍ରପତି ମଧ୍ୟ ନିକଟରେ ଆସି ସମ୍ଭାବନାକୁ ଉଜ୍ଜ୍ବଳ କରିଛନ୍ତି। ଏହି ସମୟ ଠିକ୍‌ ସମୟ ବୋଲି ମୁଖ୍ୟମନ୍ତ୍ରୀ ଯାହା କହିଛନ୍ତି ତାକୁ ସମର୍ଥନ କରୁଛି ବୋଲି ମୋଦି କହିଛନ୍ତି।

Advertisment

ନିଜ ସମ୍ବୋଧନରେ ମୋଦି କହିଛନ୍ତି, ବର୍ତ୍ତମାନ AIର ଯୁଗ, ମାତ୍ର ଭାରତ ପାଇଁ ଏହା ଆସ୍ପେରେସନ ଇଣ୍ଡିଆ। ଓଡ଼ିଶା ଏହି ଆସ୍ପେରେସନକୁ ପ୍ରତିନିଧିତ୍ୱ କରୁଛି। ଓଡ଼ିଶା ବହୁତ ଜଲଦି ଉଚ୍ଚରେ ପହଞ୍ଚିବ, ଯାହା କେହି କଳ୍ପନା କରି ନଥିବେ। ଓଡ଼ିଶାରେ ଅନେକ ପ୍ରକାର ପ୍ରାକୃତିକ ସମ୍ପଦ ଭରି ରହିଛି। ଆମକୁ ଚାହିଦା ଅନୁସାରେ ବଦଳିବାକୁ ହେବ, ଚାଲିବାକୁ ହେବ। ଓଡ଼ିଶାରେ ବହୁତ ସାରା ସମ୍ଭାବନା ରହିଛି। ପାରାଦୀପ, ଗୋପାଳପୁରରେ ପୁଞ୍ଜି ନିବେଶର ଅପାର ସମ୍ଭାବନା ରହିଛି। ଏଠାରେ ରେଲୱେ, ହାଇୱେ ସହ ଯୋଡ଼ି ହୋଇଥିବା ବହୁତ ପ୍ରକଳ୍ପ ଚାଲିଛି।

ଓଡ଼ିଶା ବ୍ଲୁ ଇକନୋମି ରାଜ୍ୟ ତାଲିକାରେ ଯୋଡ଼ି ହୋଇଛି। ଆପଣ ଯେଉଁ ଶିଳ୍ପରେ ଥାଆନ୍ତୁ ନା କାହିଁକି MSMEକୁ ସପୋର୍ଟ କରନ୍ତୁ। ଶିଳ୍ପପତିମାନେ ଆଗେଇ ଆସି ସରକାରଙ୍କ ସହ ମିଶି କାମ କରନ୍ତୁ। 

Advertisment

ଅଧିକ ପଢ଼ନ୍ତୁ: ଛାତ୍ରଙ୍କୁ ଆସିଲାନି ପାଠ; ସ୍କୁଲ ଘର ସଫା ପାଇଁ କହିଲେ ଦିଦି; କାମୁଡ଼ିଲା ନାଗ ସାପ

ଓଡ଼ିଶାରେ ଆଧୁନିକ ଇକୋ ସିଷ୍ଟମ ପାଇଁ ଆହ୍ୱାନ କରିଛନ୍ତି ମୋଦି। ଏହା ଦ୍ବାରା ଓଡ଼ିଶାର ଯୁବ ପିଢ଼ି ନିଯୁକ୍ତି ପାଇବେ। ଓଡ଼ିଶା ସଶକ୍ତ ହେବ ଓ ସମୃଦ୍ଧ ହୋଇପାରିବ। ଓଡ଼ିଶା  ବିକାଶ ଓ ବିରାସତର ଅଦ୍ଭୁତ ମଡେଲ ବୋଲି ମୋଦି କହିଛନ୍ତି।

ଭାରତ ଆଜି ଦ୍ରୁତ ଗତିରେ ଅଗ୍ରସର ହେଉଛି। ଖୁବ ଶୀଘ୍ର ଦେଶ ୫ ଟ୍ରିଲିଅନ ଅର୍ଥ ସମୃଦ୍ଧ ରାଷ୍ଟ୍ର ହେବ ବୋଲି ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ରେ ମୋଦି କହିଛନ୍ତି।

ଆଜିଠୁ ଭୁବନେଶ୍ୱର ଜନତା ମୈଦାନରେ ଆରମ୍ଭ ହୋଇଛି ଦୁଇଦିନିଆ ଶିଳ୍ପ ମହାକୁମ୍ଭ ତଥା ଉତ୍କର୍ଷ ଓଡିଶା କନକ୍ଲେଭ୍। ଏହି କନକ୍ଲେଭରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା, ଟିଭି ନରେନ୍ଦ୍ରନ ଓ ସଜ୍ଜନ ଜିନ୍ଦଲ ଉପସ୍ଥିତ ଅଛନ୍ତି।

ଅଧିକ ପଢ଼ନ୍ତୁ: ଉତ୍କର୍ଷ ଓଡିଶା କନକ୍ଲେଭ ଉଦଘାଟନ କଲେ ମୋଦି

PM Modi BJP BBSR
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ