Advertisment

ବିଧାନସଭାରେ ପାସ୍‌ ହେଲା ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌: ୫୦% ମଧ୍ୟରେ ରହିବ ସଂରକ୍ଷଣ

ବିଧାନସଭାରେ ପାରିତ ହେଲା ଓଡ଼ିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌ । ବିଲ୍‌ ଅନୁସାରେ ମୋଟ୍‌ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବା ନେଇ ସୂଚନା ମିଳିଛି।

Assembly

Assembly

Advertisment

ଭୁବନେଶ୍ୱର: ବିଧାନସଭାରେ ପାରିତ ହେଲା ଓଡ଼ିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌ । ବିଲ୍‌ ଅନୁସାରେ ମୋଟ୍‌ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବା ନେଇ ସୂଚନା ମିଳିଛି। ସେହିପରି ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ମଧ୍ୟରେ ସଂରକ୍ଷଣ ବ୍ୟବସ୍ଥା ରହିବ। SC/STଙ୍କ ପାଇଁ ସଂରକ୍ଷଣ ପରେ ଅବଶିଷ୍ଟ ପଛୁଆ ବର୍ଗଙ୍କ ପାଇଁ ରହିବ। ଏହି ବିଲ୍‌ ବିଧାନସଭାରେ ପାରିତ ହେଲା ପରେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଛି।

Advertisment

ତେବେ ପୂର୍ବରୁ ଗତ ୭ ତାରିଖରେ ପୌର ନିର୍ବାଚନ ପାଇଁ ବାଟ ଫିଟିସାରିଛି। ବିଧାନସଭାରେ ମ୍ୟୁନିସପାଲିଟି ଆଇନ ସଂଶୋଧନ ବିଲ୍ ପାରିତ ହୋଇସାରିଛି। ବିଲ୍ ପାରିତ ପରେ ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିସାରିଥିଲା। ବିଲ୍ ଅନୁଯାୟୀ ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ମଧ୍ୟରେ ରହିବ। ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭% ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।

Advertisment

ସଂଶୋଧିତ ଆଇନ ଅନୁସାରେ ପ୍ରଥମେ SC, STଙ୍କୁ ସଂରକ୍ଷଣ ଦିଆଯିବ। SC, STଙ୍କୁ ଆବଶ୍ୟକ ଆସନ ସଂରକ୍ଷଣ ଦେବା ପରେ ପଛୁଆ ବର୍ଗଙ୍କୁ ଦିଆଯିବ। ଆସନର ଅବଶିଷ୍ଟ ଅଂଶଗୁଡ଼ିକୁ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ରଖାଯିବ। ୩ ବର୍ଷ ହେଲାଣି, ପୌର ସଂସ୍ଥାଗୁଡ଼ିକର କାର୍ଯ୍ୟକାଳ ସରିଲାଣି। ୩ ବର୍ଷ ତଳୁ ନିର୍ବାଚନ ହେବା କଥା କିନ୍ତୁ ସଂରକ୍ଷଣ ସୀମାକୁ ନେଇ ନିର୍ବାଚନ କରାଉନଥିବା କହି ଆସୁଥିଲେ ସରକାର। ଏଥିପାଇଁ ସୁପ୍ରିମକୋର୍ଟଙ୍କ ରାୟକୁ ଆଳ କରୁଥିଲେ।

ରାଜ୍ୟର ବିଭିନ୍ନ ପୌରାଞ୍ଚଳର ନିର୍ବାଚନ ବିଳମ୍ବକୁ ନେଇ ହାଇକୋର୍ଟରେ ୩ଟି ପୃଥକ ମାମଲା ଦାୟର ହୋଇଥିଲା। ଅଗଷ୍ଟ ୨୫ ତାରିଖରେ ହାଇକୋର୍ଟ ଏହି ମାମଲାର ଏକତ୍ର ଶୁଣାଣି କରିଥିଲେ। ଶୁଣାଣି ପ‌ରେ ରାଜ୍ୟ ନିର୍ବାଚନ କମିଶନ ଓ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଥିଲେ କୋର୍ଟ। ପୂର୍ବତନ ମନ୍ତ୍ରୀ ସମୀର ଦେ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରସନ୍ନ କୁମାର ମିଶ୍ରଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ପ୍ରତିପକ୍ଷଙ୍କୁ ନୋଟିସ୍‌ ଜାରି କରି ୪ ସପ୍ତାହ ଭିତରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।

Advertisment
Odisha Odisha Assembly
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ