Advertisment

ପଞ୍ଚାୟତ ନିର୍ବାଚନ: ଆଜି ପ୍ରକାଶ ପାଇବ ସଂରକ୍ଷଣ ଚିଠା ତାଲିକା

ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ।

ଅଦ୍ୟତନ ହୋଇଛି
Odisha Panchayat Polls

Odisha Panchayat Polls

Advertisment

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ।  ଓ୍ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଚେୟାରମ୍ୟାନ, ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ଏହି ଚିଠା ତାଲିକା ପ୍ରକାଶ ପାଇବ। 

Advertisment

ତେବେ ଓ୍ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ ଚେୟାରମ୍ୟାନ ପାଇଁ ଯଦି କିଏ ଚାହିଁବେ ଆସନ୍ତା ୧୬ ତାରିଖରେ ଆପତ୍ତି କରିପାରିବେ। ୨୧ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ଦ୍ୱାରା ଆପତ୍ତି ଅଭିଯୋଗର ଶୁଣାଣି କରାଯାଇ ସମାଧାନ କରାଯିବ। ୨୬ ତାରିଖରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। 

ସେହିପରି ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ଆପତ୍ତି ଥିଲେ ୧୮  ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ। ୨୨ ତାରିଖରେ ଶୁଣାଣି କରାଯାଇ ଜିଲ୍ଲାପାଳଙ୍କ ଦ୍ୱାରା ସମାଧାନ କରାଯିବ। ୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ହେବ। ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଯିବ।

Advertisment

ଅନ୍ୟପକ୍ଷେ, ୨୬ ତାରିଖ ମଧ୍ୟରେ ୱାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚଙ୍କ ସଂରକ୍ଷଣ ତାଲିକା ଚୂଡାନ୍ତ କରି ରାଜ୍ୟ ସରକାର ନିର୍ବାଚନ କମିଶନଙ୍କୁ ଦେବେ। ୩୦ ତାରିଖ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ, ଅଧ୍ୟକ୍ଷ ସଂରକ୍ଷଣ ତାଲିକା ଦେବେ। ଏହାପରେ ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ। ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ମାସେରୁ ଦେଢ ମାସ ସମୟ ଲାଗିବ ବୋଲି ରାଜ୍ୟ ନିର୍ବାଚନ କମିଶନ ସଚିବ କହିଛନ୍ତି।

Election Reservation Panchayat Polls Panchayat Elections In Odisha Odisha Panchayat Polls
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ