/odishatv-khabar/media/post_attachments/uploadimage/library/16_9/16_9_0/IMAGE_1723609205.jpg)
Rajya Sabha Election
ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ । ୨୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।
ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ । ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ । ଖାଲିପଡ଼ିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି । ତେବେ ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି ।
ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ । ଏହାସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)