• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ୧୮ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ନଭେମ୍ବର ୨୧ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ଡିସେମ୍ବର ୫ରେ ଭୋଟିଂ ଥିବା ବେଳେ ୮ ତାରିଖରେ ଗଣତି ହେବ ।

ପଦ୍ମପୁର ଉପନିର୍ବାଚନ ପାଇଁ ସମୟ ଗଡ଼ିବା ସହ ସରଗରମ ହେଉଛି ରାଜନୀତି । ଆଜି ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଏବଂ ବିଜେଡି ନିଜ ନିଜ ପ୍ରାର୍ଥୀଙ୍କୁ ଚୟନ କରିବା ପାଇଁ ଲାଗି ପଡ଼ିଲେଣି । ବିଜେଡିରୁ ପ୍ରାର୍ଥୀ ହେବା ନେଇ ଦିବଂଗତ ବିଜୟ ରଂଜନ ସିଂ ବରିହାଙ୍କ ପରିବାରରୁ ସାମ୍ନାକୁ ଆସୁଛି ଦୁଇଟି ଚେହେରା । ଜଣେ ବିଜୟ ରଂଜନଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହା ଓ ଅନ୍ୟ ଜଣେ ହେଲେ ତାଙ୍କ ପୁତୁରା ବୋହୂ ମାଧବୀ ସିଂ ବରିହା।

ଧାମନଗର ଫଳାଫଳ ପରେ ବିଜେପି କ୍ୟାମ୍ପ ପୂରା ଉତ୍ସାହିତ । ଧାମନଗର ଭଳି ପଦ୍ମପୁର ଉପନିର୍ବାନ ଲାଗି ତୟାର ହୋଇଛି ଷ୍ଟ୍ରାଟେଜି । ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏଠାରୁ ଦଳୀୟ ପ୍ରାର୍ଥୀ ହେବା ଏକ ପ୍ରକାର ନିଶ୍ଚିତ । ଧାମନଗର ବାଇଇଲେକ୍ସନରେ ବିଜେଡିକୁ ମାତ୍ ଦେଇ ଚର୍ଚ୍ଚାରେ ଥିବା ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଏଠାକୁ କ୍ୟାଂପେନ୍ ପାଇଁ ଆଣିବାକୁ ଯୋଜନା କରୁଛି ଦଳ ।

ସେପଟେ କଂଗ୍ରେସ୍ ପର୍ଯ୍ୟବେକ୍ଷକ ଟିମ୍ ୪ ଜଣଙ୍କ ନାଁ ହାଇକମାଣ୍ଡକୁ ସୁପାରିଶ କରିଥିଲା । ସେମାନଙ୍କ ମଧ୍ୟରୁ ରେସ୍‌ରେ ଆଗରେ ଅଛନ୍ତି ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ ।