Advertisment

ପ୍ରଦୀପ ପୁରୋହିତ ହେବେ ପଦ୍ମପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀ: କୁସୁମ ଟେଟେ

ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ବିଜେପି ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ। ବିଜେପି ବିଧାୟିକା କୁସୁମ ଟେଟେ ଆଜି ଏହି ସୂଚନା ଦେଇଛନ୍ତି।

author-image
Manoranjan Behera
ଅଦ୍ୟତନ ହୋଇଛି
Pradeep Purohit

Pradeep Purohit

ପଦ୍ମପୁର ଉପନିର୍ବାଚନ ପାଇଁ ସମୟ ଗଡ଼ିବା ସହ ସରଗରମ ହେଉଛି ରାଜନୀତି । ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଏବଂ ବିଜେଡି ନିଜ ନିଜ ପ୍ରାର୍ଥୀଙ୍କୁ ଚୟନ କରିବା ପାଇଁ ଲାଗି ପଡ଼ିଲେଣି । ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ନେତା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟିକା କୁସୁମ ଟେଟେ । ସେପଟେ ବିିଜେପି ପ୍ରାର୍ଥୀ ୧୪ରେ ନାମାଙ୍କନ ଭରିବେ ବୋଲି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।

Advertisment

ଅଧିକ ପଢ଼ନ୍ତୁ: କଂଗ୍ରେସ ପାଇଁ ପ୍ରାର୍ଥୀ ବାଛୁଛି ଶାସକ ଦଳ: ପ୍ରଦୀପ ପୁରୋହିତ

ଗତକାଲି ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନଭେମ୍ବର ୧୭ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୧୮ ତାରିଖରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରଠାରୁ ପଦ୍ମପୁର ବିଧାନସଭା ଆସନଟି ଖାଲି ପଡ଼ିଛି। ୬୫ ବର୍ଷ ବୟସରେ ଗତ ଅକ୍ଟୋବର ୨ ତାରିଖ ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ର ଏକ ଘରୋଇ ହସ୍‌ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟ୍‌ରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ଏବଂ ୨୦୦୯ରେ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Advertisment

୨୦୦୯ରେ ବିଜୟୀ ହୋଇ ବିଧାନସଭାକୁ ଆସିବା ପରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ବାଜି ମାରିଥିଲେ। ସେ ପଦ୍ମପୁର ଆସନରୁ ବିଜେଡି ଟିକେଟରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ମୃତ୍ୟୁବେଳକୁ ସେ ଦଳର ବରଗଡ଼ ଜିଲ୍ଲା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।

BJP Pradeep Purohit padmapur-bypoll
Advertisment
Advertisment