• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ସମ୍ବଲପୁର IIM କ୍ୟାମ୍ପସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିବା ପରେ ବିଧିବଦ୍ଧ ଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ଏଥି ସହିତ ଅନ୍ୟ ୧୮ଟି ପ୍ରକଳ୍ପର ମଧ୍ୟ ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଟ୍‌ ୬୮ ହଜାର କୋଟି ଟଙ୍କାର ୧୮ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରାଯାଇଥିବାବେଳେ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ଏବଂ ସ୍ଥାନୀୟ ସାଂସଦ ଓ ବିଧାୟକ ମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଜର ବିବୃତି ରଖିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଓଡ଼ିଶାର ବିକାଶ ଯାତ୍ରା ପାଇଁ ବଡ଼ ମହତ୍ତ୍ୱପୂର୍ଣ୍ଣ ଦିନ । ଓଡ଼ିଶା ଲୋକଙ୍କ ପାଇଁ ୭୦ ହଜାର କୋଟିର ପ୍ରକଳ୍ପ ପାଇଁ ବଧାଇ ଜଣାଉଛି । ସମାଜର ସବୁ ବର୍ଗର ଲୋକ ଏଥିରୁ ଲାଭ ପାଇବେ ବୋଲି ପ୍ରଧନମନ୍ତ୍ରୀ କହିଛନ୍ତି ।

ଏଥି ସହିତ ମୋଦି ଆହୁରି କହିଛନ୍ତି ଯେ, ଭାରତର ସବୁ ରାଜ୍ୟ ବିକଶିତ ହେଲେ ଦେଶ ବିକଶିତ ହୋଇପାରିବ । ପ୍ରତି କ୍ଷେତ୍ରରେ ଓଡ଼ିଶାକୁ ଅଧିକରୁ ଅଧିକ ସହଯୋଗ ଦେଇଆସୁଛୁ । ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ଼ ଲକ୍ଷ କୋଟିର ନିବେଶ ହୋଇଛି । ରେଳବାଇ କ୍ଷେତ୍ରରେ ବିକାଶ ପାଇଁ ୧୨ ଗୁଣ ଅଧିକ ଅର୍ଥ ଦିଆଯାଇଛି । ଓଡ଼ିଶାର ଗ୍ରାମାଞ୍ଚଳରେ ୫୦ ହଜାର କିଲୋମିଟର ରାସ୍ତା ହୋଇଛି । ୪ ହଜାର କିଲୋମିଟର ଜାତୀୟ ରାଜପଥ ନିର୍ମାଣ କରାଯାଇଛି ମୋଦି କହିଛନ୍ତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି କହିଛନ୍ତି ଯେ, ପୁରୀ-ସୋନପୁର ଏକ୍ସପ୍ରେସ ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ରେଳ ଗଡ଼ିଲା । ସୁବର୍ଣ୍ଣପୁରବାସୀ ଏବେ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସୁବିଧାରେ ପାଇବେ । ନୂଆ ଖଣି ନିୟମ ଯୋଗୁଁ ଓଡ଼ିଶାକୁ ଅଧିକ ୧୦ ଗୁଣା ଲାଭ ମିଳୁଛି ବୋଲି ମୋଦି କହିଛନ୍ତି ।