• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Namita Biswal

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ଆଉ ନାହାନ୍ତି । ତାଙ୍କର ବିୟୋଗ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି । ପ୍ରଧାନମନ୍ତ୍ରୀ ଆଜି ପୂର୍ବାହ୍ନରେ ଦିଲ୍ଲୀରେ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି । 

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡା, ସାଂସଦ ଭର୍ତ୍ତୃହରି ମହତାବ ଏବଂ ସାଂସଦ ସମ୍ବିତ ପାତ୍ର ମଧ୍ୟ ଦେବେନ୍ଦ୍ର ପ୍ରଧାନଙ୍କ ଅନ୍ତିମ ଦର୍ଶନ କରିଛନ୍ତି ଏବଂ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କଠାରୁ ଆରମ୍ଭ କରି ବହୁ ମାନଗଣ୍ୟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।

ଅଧିକ ପଢନ୍ତୁ: ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଦେବେନ୍ଦ୍ର ପ୍ରଧାନ ରାଜ୍ୟର ବିକାଶ ପାଇଁ ନିଜର ସାରା ଜୀବନ ଉତ୍ସର୍ଗ କରିଥିଲେ । ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ଼ ନେତୃତ୍ୱ ନେଇ ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ଭାରତୀୟ ଜନତା ପାର୍ଟି ଓଡ଼ିଶାର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ, କେନ୍ଦ୍ରମନ୍ତ୍ରୀ ଡ଼ଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ । ଦେବେନ୍ଦ୍ର ବାବୁଙ୍କ ସହ ମୋର ବ୍ୟକ୍ତିଗତ, ରାଜନୈତିକ ପରିଚୟ ଥିଲା । ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା ସହ ପରିବାରକୁ ସମବେଦନା ଜଣାଉଛି ।


ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା,  ବିରୋଧୀଦଳ ନେତା ନବୀନ ପଟ୍ଟନାୟକ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୂର୍ବତନ ମନ୍ତ୍ରୀ ସମୀର ଦାଶ ପ୍ରମୁଖ ବିଶିଷ୍ଟ ନେତା ମଧ୍ୟ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । 

ଅଧିକ ପଢନ୍ତୁ: ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ

OTV is now on Whatsapp

Join and get latest news update delivered to you via whatsapp

Join Now