Advertisment

ସମ୍ୱଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ହେଲିପ୍ୟାଡରୁ କାର୍ଯ୍ୟକ୍ରମସ୍ଥଳ ଯାଏଁ କଡ଼ା ସୁରକ୍ଷା

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି।

author-image
Sonali Ojha
ଅଦ୍ୟତନ ହୋଇଛି
PM Modi Sambalpur Visit

PM Modi to Come Sambalpur

ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।

Advertisment

ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ ଆଇ.ଆଇ.ଏମର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି। ସେହିପରି ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି।

ଅପରାହ୍ନରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ। ସେଠାରୁ ସ୍ବତନ୍ତ୍ର ହେଲିକପଟରରେ ସମ୍ବଲପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ ଯାଏଁ ଯାଇ ଆଇଆଇଏମ୍ କ୍ୟାମ୍ପସରେ ପହଞ୍ଚିବେ। ସେଠାରେ ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

Advertisment
PM Narendra Modi
Advertisment
Advertisment