• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି । ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି ।

ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରିକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ସେହିପରି ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂର ଶୁଭାରମ୍ଭ କରିବେ ।

ମୋଦିଙ୍କ ଗସ୍ତ ପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ହେଲିପ୍ୟାଡ ଏବଂ ମଞ୍ଚ ପ୍ରସ୍ତୁତି ଜୋରସୋରରେ ଚାଲିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି । ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ନରେ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ ।

ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ସମ୍ବଲପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ ଯାଏଁ ଯାଇ ଆଇଆଇଏମ୍ କ୍ୟାମ୍ପସରେ ପହଞ୍ଚିବେ । ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ଅବସର କଡ଼ା ସୁରକ୍ଷା ବଳୟରେ ରହିବ ସମ୍ବଲପୁର । ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି କରାଯାଇଛି । ସୁରକ୍ଷା ଦାୟିତ୍ୱରେ ୭୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ରହିବେ । ୭ଜଣ କମାଣ୍ତାଣ୍ଟଙ୍କ ସମେତ ପ୍ରାୟ ୩ଶହ ଅଫିସର ସୁରକ୍ଷା ଦାୟିତ୍ୱରେ ରହିବେ । ଉତ୍ତରାଞ୍ଚଳ ପୋଲିସ ରେଞ୍ଜ ଅନ୍ତର୍ଗତ ୪ଟି ଜିଲ୍ଲାର ଏସପି ଓ ୨ ଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ ।