Advertisment

ବାହୁବଳୀ ବିଧାୟକଙ୍କୁ ଆଶ୍ୱସ୍ତି : ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ବେଲ୍‌ ମିଳିବା ପରେ ମଧ୍ୟ ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ ପ୍ରଶାନ୍ତ ଜଗଦ୍ଦେବ

author-image
Prangyan Parimita
ଅଦ୍ୟତନ ହୋଇଛି
Special story

Special story

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ । ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଅଭିଯୋଗରେ ଜେଲରେ ଥିବା ବାହୁବଳୀ ବିଧାୟକଙ୍କୁ ଆଶ୍ୱସ୍ତି ମିଳିଛି ।  ସୁପ୍ରିମକୋର୍ଟରୁ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି । ଏସମ୍ପର୍କରେ ଆଇନଜୀବୀ ମାନସ ଚାନ୍ଦ ସୂଚନା ଦେଇଛନ୍ତି ।

Advertisment

ତେବେ ସର୍ତ୍ତ ଅନୁସାରେ ବର୍ଷେ ପର୍ଯ୍ୟନ୍ତ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ । ନିର୍ବାଚନ ମଣ୍ଡଳୀକୁ ଯିବା ପାଇଁ ଚାହିଁଲେ ଜିଲ୍ଲାପାଳଙ୍କ ଅନୁମତି ନେବାକୁ ପଡ଼ିବ । ସେହିପରି ପ୍ରଶାନ୍ତ ଜଗଦ୍ଦେବ ୫ ଜଣରୁ ଅଧିକ ଲୋକଙ୍କୁ ନେଇ ସଭା ସମିତି କରିପାରିବେ ନାହିଁ ।

ସୂଚନା ଅନୁସାରେ, ଗତ ମାର୍ଚ୍ଚ ୧୨ ତାରିଖରେ ବାଣପୁର ବ୍ଲକ ଅଫିସ ସାମ୍ନାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଜୋରଜବରଦସ୍ତ ଭିଡ଼ ଭିତରକୁ ବିଧାୟକ ଗାଡ଼ି ନେଇଥିଲେ। ଏହାପରେ ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇ ଦେଇଥିଲେ। ଯେଉଁଥିରେ ଏକାଧିକ ବ୍ୟକ୍ତି, ପୋଲିସ୍ ଏବଂ ସାମ୍ବାଦିକ ଆହତ ହୋଇଥିଲେ।

Advertisment

ଘଟଣା ପରେ ଲୋକେ ପ୍ରଶାନ୍ତଙ୍କୁ ନିସ୍ତୁକ ପିଟିଥିଲେ। ଏହାପରଠୁ ସେ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ । ହସ୍ପିଟାଲରୁ ଡିସ୍‌ଚାର୍ଜ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା ଓ ସେ ଜେଲ୍‌ ଯାଇଥିଲେ । ଜେଲ୍‌ରୁ ମୁକୁଳିବା ପାଇଁ ପ୍ରଶାନ୍ତ ଜାମିନ ଆବେଦନ କରିଥିଲେ ମଧ୍ୟ ଏହା ଖାରଜ ହୋଇଯାଇଥିଲା ।

Prasant Jagadev
Advertisment
Advertisment