Advertisment

ଆସନ୍ତାକାଲି ୪ ଶହ କୋଟି ଟଙ୍କା ବ୍ୟୟରେ ଭବ୍ୟ ଭବନ ହେବ ଉଦଘାଟିତ; ଧର୍ମେନ୍ଦ୍ର

ସମ୍ବଲପୁର ରେଳ ଷ୍ଟେସନର ନବୀକରଣର ଶୁଭ ଦିଆଯିବ । NTPCର ଦୁଇଟି ପ୍ରକଳ୍ପର ଲୋକାର୍ପଣ କରାଯିବ ।

author-image
Tanmay Kumar Mahalik
Preparations at Sambalpur IIM in full swing for PM Modi's visit tomorrow

Preparations at Sambalpur IIM in full swing for PM Modi's visit tomorrow

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଦିନ ଗୋଟାଏ ସୁଦ୍ଧା ଆଇଆଇଏମ୍ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ ବର୍ଷ ତଳେ ଆଇଆଇଏମ୍ ନୂଆ କ୍ୟାମ୍ପସର ଭର୍ଚୁଆଲରେ ଶିଳାନ୍ୟାସ କରିଥିଲେ । ୪ ଶହ କୋଟି ଟଙ୍କା ବ୍ୟୟରେ ଭବ୍ୟ ଭବନ ଉଦଘାଟିତ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର ।

Advertisment

ସେହିପରି କେନ୍ଦ୍ରମନ୍ତ୍ରୀ ଅହୁରି କହିଛନ୍ତି ଯେ, ସମ୍ବଲପୁର ରେଳ ଷ୍ଟେସନର ନବୀକରଣର ଶୁଭ ଦିଆଯିବ । NTPCର ଦୁଇଟି ପ୍ରକଳ୍ପର ଲୋକାର୍ପଣ କରାଯିବ । ୪ଟି ବିଦ୍ୟୁତ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ସହ ବ୍ରାହ୍ମଣୀ ଉପରେ ଦୁଇଟି ପୋଲର ଲୋକାର୍ପଣ ମୋଦି କରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେପଟେ ମୋଦିଙ୍କ ଗସ୍ତକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ମୋଦିଙ୍କ ଗସ୍ତର କୌଣସି ପ୍ରଭାବ ପଡିବନି ବୋଲି କହିଛନ୍ତି ନରସିଂହ ।

Advertisment

ସୂଚନା ଥାଉକି ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି । ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି । ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ।

ସେହିପରି ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂର ଶୁଭାରମ୍ଭ କରିବେ । ମୋଦିଙ୍କ ଗସ୍ତ ପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି ।

ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ଣରେ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ସମ୍ବଲପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ ଯାଏଁ ଯାଇ ଆଇଆଇଏମ୍ କ୍ୟାମ୍ପସରେ ପହଞ୍ଚିବେ । ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି ।

Dharmendra Pradhan PM Modi
Advertisment
Advertisment