/odishatv-khabar/media/post_attachments/uploadimage/library/16_9/16_9_0/IMAGE_1699356204.jpg)
Droupadi Murmu
୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୨୦ରେ ରାଷ୍ଟ୍ରପତି ଓଡ଼ିଶା ଆସୁଥିବା ସୂଚନା ମିଳିଛି । କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମନ୍ତବ୍ୟରୁ ଏନେଇ ସଂକେତ ମିଳିଛି । ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା କହିଲେ ବିଶ୍ୱେଶ୍ୱର । ତେବେ ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ କୌଣସି ସୂଚନା ମିଳିନି ।
Advertisment
ଗତ ଜୁଲାଇ ୨୫ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ । ହଜାରେ ବର୍ଷର ସହର କଟକରେ ମା’ କଟକଚଣ୍ତୀଙ୍କୁ ଦର୍ଶନ କରିବା ସହ ଶୈଳବାଳା ମହାବିଦ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାଷ୍ଟ୍ରପତି । ପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ବୁଲିଥିଲେ । ଏହାଛଡ଼ା କଟକ ଇଣ୍ଡୋର ଷ୍ଟାଡିୟମରେ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)