Advertisment

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ମୁର୍ମୁ ।

ଅଦ୍ୟତନ ହୋଇଛି
Draupadi Murmu

Draupadi Murmu

Advertisment

ଭୁବନେଶ୍ୱର ବିମାନ ବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ମହାମହିମ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତ । ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର ଦିଆଗଲା । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଦ୍ରୌପଦୀ ମୁର୍ମୁ

Advertisment

ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ନେବେ ରାଷ୍ଟ୍ରପତି। ଏହାପରେ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ସ୍ୱାଗତ ଲାଗି ସେ ପଢୁଥିବା ଭୁବନେଶ୍ୱର ୟୁନିଟ୍-୨ ଗାର୍ଲସ୍ ହାଇସ୍କୁଲ ଓ କୁନ୍ତଳାକୁମାରୀ ସାବତ ଛାତ୍ରୀ ନିବାସକୁ ସଜା ଯାଇଛି। 

୧୯୭୦ରୁ ୭୪ ଯାଏ ଏହି ସ୍କୁଲ୍‌ରେ ଅଷ୍ଟମରୁ ଏକାଦଶ ପଢ଼ିଥିଲେ ଓ ହଷ୍ଟେଲରେ ରହୁଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାସହ ଯେଉଁ ହଷ୍ଟେଲ୍‌ରେ ସେ ରହୁଥିଲେ ସେହିସବୁ ବ୍ଲକ୍‌କୁ ସଜାଯାଇଥିବା ବେଳେ ସେ ଶୋଉଥିବା ଖଟକୁ ବି ସେଠି ରଖାଯାଇଛି। ଏଠି ନିଜର ୧୩ ଜଣ ସହପାଠିନୀଙ୍କୁ ବି ଭେଟିବେ ରାଷ୍ଟ୍ରପତି। ଏଥିପାଇଁ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀ ବେଶ୍‌ ଉତ୍ସାହିତ ଅଛନ୍ତି। ଏହାପରେ ରାଷ୍ଟ୍ରପତି ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ ଓ ହଷ୍ଟେଲ୍ ବୁଲି ଆଦିବାସୀ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।  

Advertisment
Draupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ