• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇବେ ।

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର । ୨୦୧୪ରୁ ୨୦୧୯ ଯାଏଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ରଘୁବର ଦାସ ।

ସେହିପରି ତ୍ରିପୁରା ପାଇଁ ମଧ୍ୟ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନ ପକ୍ଷରୁ ଉଭୟ ଓଡ଼ିଶା ଓ ତ୍ରିପୁରା ପାଇଁ ନୂଆ ରାଜ୍ୟପାଳ ଘୋଷଣା କରାଯାଇଛି । ଓଡ଼ିଶା ପାଇଁ ରଘୁବର ଦାସ ନାଁ ବିଜ୍ଞପ୍ତିରେ ପ୍ରକାଶ ପାଇଥିବାବେଳେ ତ୍ରିପୁରା ପାଇଁ ଇନ୍ଦ୍ର ସେନା ରେଡ୍ଡୀ ନାଲୁଙ୍କ ନାଁ ରହିଛି ।