/odishatv-khabar/media/post_attachments/uploadimage/library/16_9/16_9_0/IMAGE_1705034834.jpg)
Rahul Gandhi
ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଲୋଗୋ ଉନ୍ମୋଚନ ଅବସରରେ ଏହା କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଶରତ ରାଉତ । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ପାଇଁ ଲୋଗୋ ଉନ୍ମୋଚନ କରିଛି ରାଜ୍ୟ କଂଗ୍ରେସ । ଏକ ନମ୍ବର ଜାରି କରିବା ସହ ସେହି ନମ୍ବରରେ ମିସ୍ଡ କଲ୍ ଦେଇ ଏହି ଯାତ୍ରାରେ ସାମିଲ ହେବାକୁ ଲୋକଙ୍କୁ ଅପିଲ କରିଛନ୍ତି କଂଗ୍ରେସ ନେତା ।
Advertisment
୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ଯ୍ୟକ୍ରମ ରହିଛି । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା ଦେଇ ଓଡ଼ିଶାରେ ଏହି ଯାତ୍ରା ହେବ । ଜାନୁୟାରୀ ୧୪ରୁ ଆରମ୍ଭ ହେବାକୁ ଥିବା ଏହି ଯାତ୍ରା ୬୬ ଦିନରେ ୧୫ଟି ରାଜ୍ୟ ଓ ୧୧୦ଟି ଜିଲ୍ଲା ଦେଇ ଯିବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)