/odishatv-khabar/media/post_attachments/uploadimage/library/16_9/16_9_0/IMAGE_1708567072.jpg)
Rajnath Singh
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଜନାଥଙ୍କର ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ କାର୍ଯ୍ୟକ୍ରମ ରହିଛି । ଦିନ ୧୧ଟାରେ ନବରଙ୍ଗପୁରରେ କୋର୍ କମିଟି ବୈଠକରେ ସାମିଲ୍ ହେବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ।
Advertisment
ଏହାପରେ ଦିନ ୧୨ଟା ୩୦ ମିନିଟରେ ବ୍ରହ୍ମପୁର ଆମ୍ବପୁଆସ୍ଥିତ ବିବେକ ବିହାରରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ଏହାପରେ ଯିବେ ବାରିପଦା । ବାରିପଦାରେ ଅପରାହ୍ଣ ୪ଟାରେ ସାଧାରଣ ସଭାରେ ଉଦବୋଧନ ଦେବେ । ବାରପିଦାରେ ବିଜୟ ସଂକଳ୍ପ ସମାବେଶ ରହିଛି ।
କେନ୍ଦ୍ର ସରକାରଙ୍କ ଜନ ହିତକର କାର୍ଯ୍ୟ ଓ ସଫଳତାର ବାର୍ତ୍ତା କିପରି ସାଧାରଣ ଲୋକଙ୍କ ପାଖେ ପହଞ୍ଚିବ ଦଳୀୟ କର୍ମୀ ଓ କାର୍ଯ୍ୟକର୍ତ୍ତାଙ୍କୁ ସେ ମନ୍ତ୍ର ଦେବେ ରାଜନାଥ ସିଂ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)