• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ । ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ୧୫ଟି ଆସନ ପାଇଁ ହେବ ଭୋଟ । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଥିଲେ ପ୍ରାର୍ଥୀ । ତେବେ ସେମାନଙ୍କ ମଧ୍ୟରୁ ୪୧ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇସାରିଛନ୍ତି ।

ବିଜେପିର ସର୍ବାଧିକ ୨୦ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଏଲ୍. ମୁରୁଗନ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ପ୍ରମୁଖ କେହି ପ୍ରତିଦ୍ୱନ୍ଦ୍ୱୀ ନଥିବାରୁ ବିନା ଭୋଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇ ସାରିଛନ୍ତି ।

ଅଧିକ ପଢ଼ନ୍ତୁ: ଲକ୍ଷ୍ନୌରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ, ସାମିଲ ହେଲେ ବୈଜୟନ୍ତ ପଣ୍ଡା

ଓଡ଼ିଶାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ । ତେବେ ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ୧୫ଟି ରାଜ୍ୟସଭା ସିଟ୍ ପାଇଁ ଆଜି ଚାଲିବ ଛକାପଞ୍ଝା । ୟୁପିରେ ୧୦ଟି ସିଟ୍ ପାଇଁ ୧୧ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ବିଜେପି ୮ଟି ଆସନ ପାଇଁ ପ୍ରାର୍ଥୀ ଦେଇଥିବା ବେଳେ, ସମାଜବାଦୀ ପାର୍ଟିରୁ ୩ ଜଣଙ୍କୁ ଟିକେଟ ଦିଆଯାଇଛି ।

କର୍ଣ୍ଣାଟକରେ ୪ଟି ସିଟ ପାଇଁ ୫ ଜଣ ପ୍ରାର୍ଥୀ ଆଶାୟୀ ଅଛନ୍ତି । କଂଗ୍ରେସରୁ ୩ଜଣ ଏବଂ ବିଜେପି ଓ ଜେଡିଏସରୁ ଜଣେ ଲେଖାଏଁ ପ୍ରାର୍ଥୀ । ହିମାଚଳ ପ୍ରଦେଶରେ ଗୋଟିଏ ସିଟ ପାଇଁ ମୁହାଁମୁହିଁ ହେବେ ବିଜେପିର ହର୍ଷ ମହାଜନ ଏବଂ କଂଗ୍ରେସର ଅଭିଷେକ ମନୁ ସିଂହଭି । ରାଜ୍ୟସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶରେ ଗତକାଲି ଅନୁଷ୍ଠିତ ହୋଇଛି NDA ବିଧାୟକ ଦଳର ଷ୍ଟ୍ରାଟେଜୀ ମିଟିଂ ।

ସେପଟେ କର୍ଣ୍ଣାଟକରେ କଂଗ୍ରେସର ସମସ୍ତ ବିଧାୟକଙ୍କୁ ବେଙ୍ଗଲୁରୁ ସ୍ଥିତ ହୋଟେଲରେ ରଖିଛି ଦଳ ।