/odishatv-khabar/media/post_attachments/uploadimage/library/16_9/16_9_0/IMAGE_1645249350.jpg)
Sarpanch Candidate Found Unconscious
ଭୋଟ୍ର ଦିନକ ପୂର୍ବରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଜଣେ ସରପଞ୍ଚ ପ୍ରାର୍ଥୀଙ୍କୁ ଉଦ୍ଧାର କରାଯାଇଛି। ନୂଆପଡା ଜିଲ୍ଲା ଖଡ଼ିଆଳ ସୁନାରିଶିକୁଆର ସରପଞ୍ଚ ପ୍ରାର୍ଥୀ ଚୁଳମଣି ବୈଠାରୁଙ୍କୁ ଆଜି ସକାଳେ ଘରଠାରୁ ପ୍ରାୟ ୧ କି.ମି. ଦୂରରେ ରାସ୍ତାକଡ଼ରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି।
Advertisment
ଗୁରୁତର ଅବସ୍ଥାରେ ଚୁଳମଣିଙ୍କୁ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି। ଗତକାଲି ରାତିରୁ ସେ ଘରକୁ ଫେରି ନଥିଲେ। ଚୁଳମଣିଙ୍କୁ କିଏ ଓ କାହିଁକି ହାତଗୋଡ଼ ବାନ୍ଧି ପକାଇଥିଲା ? ତାହା ସ୍ପଷ୍ଟ ହୋଇନାହିଁ। ଆସନ୍ତାକାଲି ପଞ୍ଚାୟତ ନିର୍ବାଚନର ୩ୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ଚୁଳମଣିଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବାର ଅଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)