• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆସନ୍ତାକାଲି ରାଜ୍ୟ ବିଜେପିର ନିର୍ବାଚନ କମିଟି ବୈଠକ । କାଲି ଅପରାହ୍ନରେ ବୈଠକ ହେବ ବୋଲି କହିଲେ ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ମିଟିଂରେ ସମସ୍ତ ସିଟ୍‌ ପାଇଁ ପରୀକ୍ଷା ନିରୀକ୍ଷା କରାଯିବ ବୋଲି କହିଲେ ମନମୋହନ । ମିଟିଂର ସବିଶେଷ ରିପୋର୍ଟ ଦଳର ସଂସଦୀୟ କମିଟିକୁ ପଠାଯିବ ।

ବିଜେପି ଏକାକୀ ସରକାର କରିବ ବୋଲି ପୁଣି ଦୃଢ଼ୋକ୍ତି କଲେ ମନମୋହନ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବିଜେପି ଲଢ଼ିବ, ସରକାର କରିବ । ଓଡ଼ିଶାର ଅସ୍ମିତାକୁ ନେଇ ଆମେ ଲୋକଙ୍କ ପାଖକୁ ଯିବୁ ବୋଲି କହିଛନ୍ତି ମନମୋହନ । ଦେଶରେ ତୃତୀୟ ଓ ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର କରିବ ।

କାଲି ଅପରାହ୍ନରେ ବୈଠକ ହେବ ବୋଲି କହିଛନ୍ତି ସଭାପତି ମନମୋହନ ସାମଲ । ଲୋକମାନଙ୍କ ଆଶୀର୍ବାଦ, ଶୁଭେଚ୍ଛାରେ ସରକାର କରିବୁ । ମୁଁ ବାରମ୍ବାର କହୁଛି ଓଡ଼ିଶାରେ ବିଜେପି ସରକାର ହେବ । ନହେଲେ ମୁଁ କହିଥାନ୍ତି ଆଉ କାହା ସହ ମିଶି ସରକାର କରିବୁ । ବିଜେପି ଏକାକୀ ସରକାର କରିବ ବୋଲି ସ୍ପଷ୍ଟ ଭାବେ କହିଛନ୍ତି ମନମୋହନ ।

ବିଜେଡି-ବିଜେପି ମଧ୍ୟରେ ମେଣ୍ଟ ହେବ କି ନାହିଁ ସେନେଇ ସ୍ପଷ୍ଟ ଚିତ୍ର ଆସିପାରୁନି । ଗତ କିଛି ଦିନ ଧରି ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏନେଇ ଓଟିଭିକୁ ବଡ଼ ସୂଚନା ଦେଇଥିଲେ । ଗତକାଲି ଅମିତ୍ ଶାହଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଆଜି ଭୁବନେଶ୍ୱର ଫେରିଛନ୍ତି ମନମୋହନ । ଫେରିବା ପରେ ସେ ପ୍ରଥମେ କହିଥିଲେ, ସବୁ ଆସନ ନେଇ ବିଚାର ବିମର୍ଶ ଚାଲିଛି ।

ଏପଟେ ଆଜି ନବୀନ ନିବାସରେ ଜରୁରୀ ବୈଠକ ବସିବା ନେଇ ସୂଚନା ମିଳିଛି । ଏହି ବୈଠକରେ ମେଣ୍ଟ ସଂପର୍କରେ ହୋଇପାରେ କିଛି ବଡ଼ ନିଷ୍ପତ୍ତି । ବୈଠକକୁ ଦଳର ବରିଷ୍ଠ ନେତାମାନଙ୍କୁ ଡକରା ଯାଇଥିବା ସୂଚନା ମିଳିଛି । ପୂର୍ବରୁ ଗତ ୬ ତାରିଖରେ ନବୀନ ନିବାସରେ ବୈଠକ ହୋଇଥିଲା ଯେଉଁଥିରେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି କହିଥିଲା ବିଜେଡି ।

୬ ତାରିଖରୁ ମେଣ୍ଟ କସରତ ଆରମ୍ଭ ହୋଇଥିଲେ ବି ପ୍ରଶ୍ନ ହେଉଛି ଏହା କେଉଁଠି ଅଟକିଛି? କୁହାଯାଉଛି ଆସନ ଭାଗବଣ୍ଟା ସହ ପାୱାର ଡିଷ୍ଟ୍ରିବ୍ୟୁସନ ବି ମେଣ୍ଟ ପ୍ରକ୍ରିୟାରେ କଣ୍ଟା ହୋଇଛି । ସିଟ୍ ବୁଝାମଣାରେ ଉଭୟ ଦଳ ପରସ୍ପର ସହ ସହମତି ହୋଇ ପାରୁନାହାନ୍ତି, ଯଦିଓ ବିଜେପି-ବିଜେଡି ଲୋକସଭାରେ ୧୩-୮ ଆଉ ବିଧାନସଭାରେ ୪୯-୯୮ ନେଇ ଚର୍ଚ୍ଚା ଲାଗି ରହିଛି, କିନ୍ତୁ ମେଣ୍ଟ ନଛିଡିବାର କାରଣ ଭାବେ କୁହାଯାଉଛି, ଅଧିକ ସିଟ୍ ଦାବି କରୁଛି ବିଜେପି।