• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

ରାଜନୈତିକ ଦଳର ରାଲିରେ ଯୋଗଦେଇ ଶିକ୍ଷୟିତ୍ରୀ ସସପେଣ୍ଡ । ନର୍ବାଚନ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ । ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସଂଘମିତ୍ରା ମଲ୍ଲିକଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀ ନିଲମ୍ବିତ କରିଛନ୍ତି ।

ଗତ ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଥିଲା l ଏହି ରାଲିରେ ବୌଦ୍ଧ ବ୍ଲକ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଙ୍ଘମିତ୍ରା ମଲ୍ଲିକ ଯୋଗଦେଇଥିବା ନେଇ ଅଭିଯୋଗ ହୋଇଥିଲା l

ତଦନ୍ତ ପରେ ସଂପୃକ୍ତ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ତାଙ୍କ ନିର୍ଦ୍ଦେଶରେ ଦର୍ଶାଇଛନ୍ତି । ନିର୍ବାଚନ କମିଶନଙ୍କ ନିୟମ ଅନୁଯାୟୀ ସରକାରୀ କର୍ମଚାରୀ ଓ ଅଧିକାରୀମାନେ କୌଣସି ରାଜନୈତିକ କାର୍ଯ୍ୟକ୍ରମ ଯୋଗଦେଇ ପାରିବେ ନାହିଁ । ଏହାର ଉଲ୍ଲଂଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ହୋଇଛି ।