• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଭୁବନେଶ୍ୱର: ଆଉ ୪ ମାସ ମାଗଣା ଚାଉଳ । ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଖାଦ୍ୟ ନିରାପତ୍ତା ହିତାଧତ୍କାରୀଙ୍କୁ ଆଉ ୪ ମାସ ମିଳିବ ଅତିରିକ୍ତ ଚାଉଳ । ମୁଣ୍ଡ ପିଛା ମାସକୁ ୫ କେଜି ଅତିରିକ୍ତ ଚାଉଳ ମିଳିବ । ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏଁ ମାଗଣାରେ ମିଳିବ ଏହି ଅତିରିକ୍ତ ଚାଉଳ ଦିଆଯିବ । ଏହାଦ୍ୱାରା  ଉପକୃତ ହେବେ ୯ ଲକ୍ଷ ୧୫ ହଜାର ହିତାଧତ୍କାରୀ । ଏଥତ୍ପାଇଁ ରାଜ୍ୟ ଖର୍ଚ୍ଚ କରିବ ୬୮ କୋଟି ୧୩ ଲକ୍ଷ ଟଙ୍କା । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।

ଗତ ନଭେମ୍ବର ୨୧ ତାରିଖରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅବଧି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରସ୍ତାବ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚିଠି ଲେଖି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଥିଲେ । 

ପୂର୍ବ ଘୋଷଣା ମୁତାବକ, ୭ ମାସ ମାଗଣା ରାସନ୍ ଦିଆଯାଇଥିବା ବେଳେ ଆହୁରି ୮ ମାସ ଏହାକୁ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଥିଲେ । ମହାମାରୀର ପ୍ରଭାବ ସମ୍ପୂର୍ଣ୍ଣ ଭାବେ ଟଳିନି । ଦେଶରେ ଏବେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଶସ୍ୟ ମହଜୁଦ ରହିଛି । ତେଣୁ ଲୋକଙ୍କ ପାଇଁ ଡିସେମ୍ବର ମାସରୁ ଆହୁରି ୮ ମାସ ମାଗଣା ରାସନ୍ ଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ।  

କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର PMGKAY ଜରିଆରେ ୭ ମାସ ମାଗଣା ରାସନ ଦେଇଥିଲେ । ଏଥିପାଇଁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।