ଆଜି ବିଧାନସଭା ଆରମ୍ଭରୁ ଦେଖିବାକୁ ମିଳିଥିଲା ପ୍ରବଳ ହଟ୍ଟଗୋଳ । ଯାହାଫଳରେ ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି। ଗୃହ ମୁଲତବି ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ବିରୋଧୀ ବିରୋଧ କରିବେ କିନ୍ତୁ ସରକାର ଗୃହ ଚଳାଇବା କଥା । ଗୃହ ନ ଚାଲିବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ । ଗୃହ ବନ୍ଦ ହେବାରୁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉଠି ପାରିଲାନି । ସରକାର ଭୟଭୀତ ହୋଇ ରହିଛନ୍ତି। ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଉନାହାନ୍ତି ବୋଲି ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା। ସେହିପରି ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହେବା କଥା ବୋଲି ମଧ୍ୟ କହିଛନ୍ତି ନରସିଂହ ମିଶ୍ର ।
Also Read
-ଗୃହ ନ ଚାଲିବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ କହିଲେ ନରସିଂହ ମିଶ୍ର
— ଓଟିଭି (@otvkhabar) September 30, 2023
-'ବିରୋଧୀ ବିରୋଧ କରିବେ, ସରକାର ଗୃହ ଚଳାଇବା କଥା'
-'ଗୃହ ବନ୍ଦ ହେବାରୁ ରାଜ୍ୟସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉଠି ପାରିଲାନି'
-'ସରକାର ଭୟଭୀତ, ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଉନାହାନ୍ତି'
-'ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହେବା କଥା'#OdishaPolitics pic.twitter.com/Xcny6UHk7h