Narsingh Mishra
ଆଜି ବିଧାନସଭା ଆରମ୍ଭରୁ ଦେଖିବାକୁ ମିଳିଥିଲା ପ୍ରବଳ ହଟ୍ଟଗୋଳ । ଯାହାଫଳରେ ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି। ଗୃହ ମୁଲତବି ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ବିରୋଧୀ ବିରୋଧ କରିବେ କିନ୍ତୁ ସରକାର ଗୃହ ଚଳାଇବା କଥା । ଗୃହ ନ ଚାଲିବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ । ଗୃହ ବନ୍ଦ ହେବାରୁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉଠି ପାରିଲାନି । ସରକାର ଭୟଭୀତ ହୋଇ ରହିଛନ୍ତି। ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଉନାହାନ୍ତି ବୋଲି ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା। ସେହିପରି ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହେବା କଥା ବୋଲି ମଧ୍ୟ କହିଛନ୍ତି ନରସିଂହ ମିଶ୍ର ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696060761.jpg)