Advertisment

‘ମୋତେ ନ୍ୟାୟ ନମିଳିବା ଯାଏ ବିଜୟଙ୍କ ବାହାଘର ବନ୍ଦ ରହୁ’

ବଢ଼ିଲା ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ । ମାମଲା କୋର୍ଟରେ ବିଚାରାଧୀନ ଥିବାବେଳେ ବିଧାୟକ କିପରି ଅନ୍ୟ ଜଣେ ଯୁବତୀଙ୍କ ସହ ବିବାହ ପାଇଁ ଆବେଦନ କରିଛନ୍ତି ସେନେଇ ସୋମାଲିକା ଅଭିଯୋଗ କରିଛନ୍ତି ।

ଅଦ୍ୟତନ ହୋଇଛି
Trouble mounts after series of allegations leveled against Tirtol MLA Bijaya Shankar Das

Trouble mounts after series of allegations leveled against Tirtol MLA Bijaya Shankar Das

Advertisment

ବଢ଼ିଲା ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ । ଆଜି କଟକ ସବ୍ ରେଜିଷ୍ଟ୍ରାର ଅଫିସରେ ବିଜୟଶଙ୍କରଙ୍କ ପୂର୍ବତନ ବାନ୍ଧବୀ ସୋମାଲିକା ଦାସ ପହଞ୍ଚିଥିଲେ । ବିଜୟଙ୍କ ବୟସ ସଂପର୍କିତ ତଥ୍ୟକୁ ନେଇ ସୋମାଲିକା ଅଭିଯୋଗ କରିଛନ୍ତି । ଭିନ୍ନ ଭିନ୍ନ ଆବେଦନରେ ଭିନ୍ନ ବୟସ ଉଲ୍ଲେଖ ଥିବା ଦର୍ଶାଇଛନ୍ତି ।

Advertisment

ଏହାସହ ମାମଲା କୋର୍ଟରେ ବିଚାରାଧୀନ ଥିବାବେଳେ ବିଧାୟକ କିପରି ଅନ୍ୟ ଜଣେ ଯୁବତୀଙ୍କ ସହ ବିବାହ ପାଇଁ ଆବେଦନ କରିଛନ୍ତି ସେନେଇ ସୋମାଲିକା ଅଭିଯୋଗ କରିଛନ୍ତି । ସେ କହିଛନ୍ତି, ‘ବିବାହ ମାମଲାକୁ ନେଇ ମୁଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି । ଏ ସଂପର୍କିତ କପି ସବ୍‌ ରେଜିଷ୍ଟ୍ରାରଙ୍କ ଠାରେ ଦାଖଲ କରିଛି । ମୋତେ ନ୍ୟାୟ ନମିଳିବା ଯାଏ ବିଜୟଙ୍କ ବାହାଘର ବନ୍ଦ ରହୁ । ହାଇକୋର୍ଟରୁ ମୋତେ ନ୍ୟାୟ ମିଳିବ ବୋଲି ଆଶା କରୁଛି ।’

ଗତକାଲି ସୋମାଲିକା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ତାଙ୍କୁ ପ୍ରତାରଣା ଦେଇ ଅନ୍ୟ ଜଣେ ମହିଳାଙ୍କୁ ବିବାହ ପାଇଁ ବିଜୟଶଙ୍କର କରିଥିବା ଆବେଦନ ଉପରେ ରୋକ୍ ଲଗାଇବାକୁ ସେ ଗୁହାରି କରିଥିଲେ । 

Advertisment

ସେପଟେ ବିଜୟଙ୍କ ବୟସକୁ ନେଇ ସୋମାଲିକା ପୂର୍ବରୁ ପ୍ରଶ୍ନ ମଧ୍ୟ କରିଥିଲେ । ସେ କହିଛନ୍ତି, ‘ବିଜୟଶଙ୍କର କ’ଣ ବୟସ ବଢୁନି ? ଗତବର୍ଷ ମୋ ସହ ବିବାହ ଆବେଦନ ବେଳେ ବୟସ ୩୦ ଥିଲା । ଏବେ ଦେଢ଼ ବର୍ଷ ପରେ ବୟସ ପୁଣି ସେହି ୩୦ ଲେଖିଛନ୍ତି । ତାଙ୍କ ବୟସ କଣ ବଢୁନି କି ବୋଲି’ ସୋମାଲିକା ପ୍ରଶ୍ନ କରିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ