Advertisment

ଗୋଟିଏ ମଞ୍ଚରେ ଶାହ-ନବୀନ, ଏକାଠି ଲୋକାର୍ପଣ କଲେ ଏନ୍‌ଏଚ୍‌ ପ୍ରକଳ୍ପ

୨ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସେବା ଭବନରେ ପହଞ୍ଚି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

ଅଦ୍ୟତନ ହୋଇଛି
Union Home Minister Amit Shah And CM Naveen Patnaik Inaugurated NHAI projects

Union Home Minister Amit Shah And CM Naveen Patnaik Inaugurated NHAI projects

Advertisment

୨ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସେବା ଭବନରେ ପହଞ୍ଚି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଅବସରରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାମାକ୍ଷାନଗର-ଡୁବୁରୀ ୪ ଲେନ୍‌ ଏନ୍‌ଏଚ୍‌ର ଲୋକାର୍ପଣ କରିଛନ୍ତି। ଏହାସହ ମୋଟେର-ବାନେର ରାସ୍ତାର ସଂପ୍ରସାରଣ ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଛନ୍ତି।

Advertisment

କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ, ‘ଓଡ଼ିଶା ଭଳି ଗୁଜରାଟ ଲୋକ ବି ଜଗନ୍ନାଥଙ୍କୁ ବହୁତ ଭକ୍ତି କରନ୍ତି। ଆଜିର ଦିନରେ ୩୭୦ ଧାରା ଉଚ୍ଛେଦ କରିଥିଲେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ସାରା ଦେଶବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ବଧାଇ। ଦେଶର ବିକାଶ, ଦେଶର ଭାଗ୍ୟ ରାଜମାର୍ଗ ସହ ଜଡ଼ିତ। ୯ ବର୍ଷ ଭିତରେ ପ୍ରଧାନମନ୍ତ୍ରୀ ରାଜମାର୍ଗ ପାଇଁ ବହୁ କାର୍ଯ୍ୟ କରିଛନ୍ତି।’

ଗତକାଲି ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏୟାରପୋର୍ଟରେ ପାରମ୍ପରିକ ବାଦ୍ୟ ଓ ନାଚଗୀତ କରି ଏକାଠି ହୋଇଥିଲେ ଦଳୀୟ କର୍ମୀ ଓ ପ୍ରଶଂସକ।

Advertisment

ନକ୍ସଲ ଦମନ ଓ ବିପର୍ଯ୍ୟୟ ପରିଚାଳନା ସ୍ଥିତିର ମଧ୍ୟ ସମୀକ୍ଷା କରିବେ ଅମିତ ଶାହ। ଏହାପରେ ଦଳୀୟ କାର୍ଯ୍ୟାଳୟରେ ନୂଆ ପଦାଧିକାରୀ, କୋର୍‌ ଟିମ୍ ସଦସ୍ୟମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ପୂର୍ବରୁ ଦିଆଯାଇଥିବା ଟାସ୍କ କେତେ କାର୍ଯ୍ୟକାରୀ ହୋଇଛି, ସେନେଇ ଆଲୋଚନା କାର୍ଯ୍ୟକ୍ରମ ରହିଛି। ତୃଣମୂଳ ସ୍ତରରେ ସଙ୍ଗଠନ ମଜଭୁତ, ମୋଦି ସରକାରଙ୍କ ୯ ବର୍ଷର ସଫଳ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ନେଇ ଶାହ ଗୁରୁମନ୍ତ୍ର ଦେବେ। 

Advertisment
Amit Shah
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ