Advertisment

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ତୃଣମୂଳ ସ୍ତରରେ ସଙ୍ଗଠନ ମଜଭୁତ, ମୋଦୀ ସରକାରଙ୍କ ୯ ବର୍ଷର ସଫଳ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ନେଇ ଶାହ ଗୁରୁମନ୍ତ୍ର ଦେବେ।

author-image
Chandan Shishu
ଅଦ୍ୟତନ ହୋଇଛି
Minister of Home Affairs Amit Shah reached bhubaneswar airport

Minister of Home Affairs Amit Shah reached bhubaneswar airport

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ୨ ଦିନିଆ ଓଡିଶା ଗସ୍ତରେ ଆସି ପହଞ୍ଚିଛନ୍ତି ଅମିତ ଶାହା। ଏହି ଅବସରରେ ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏକାଠି ହେବେ ଶାହା-ନବୀନ। ଏହାପରେ ଏକ ତାରକା ହୋଟେଲକୁ ଯାଇ ରାତ୍ରିଯାପନ କରିବେ ଏବଂ ଆସନ୍ତାକାଲି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ।

Advertisment

ଏଥିରେ ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବେ ଅମିତ ଶାହା। ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ସ୍ଥିତିର ମଧ୍ୟ ସମୀକ୍ଷା କରିବେ। ଏହାପରେ ଦଳୀୟ କାର୍ଯ୍ୟଳୟରେ ନୂଆ ପଦାଧିକାରୀ, କୋର ଟିମ୍ ସଦସ୍ୟମାନଙ୍କ ସହ ଆଲୋଚନା କରିବେ ଶାହ। ପୂର୍ବରୁ ଦିଆଯାଇଥିବା ଟାସ୍କ କେତେ କାର୍ଯ୍ୟକାରୀ ହୋଇଛି,
ସେନେଇ ଆଲୋଚନା କାର୍ଯ୍ୟକ୍ରମ ରହିଛି।

ତୃଣମୂଳ ସ୍ତରରେ ସଙ୍ଗଠନ ମଜଭୁତ, ମୋଦୀ ସରକାରଙ୍କ ୯ ବର୍ଷର ସଫଳ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ନେଇ ଶାହ ଗୁରୁମନ୍ତ୍ର ଦେବେ। ବିମାନବନ୍ଦରରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ମୁଖପାତ୍ର ସମ୍ବିତ ପାତ୍ର, ସାଂସଦ ଅପରାଜିତା ଷଡଙ୍ଗୀ ଓ ସଙ୍ଗୀତା ସିଂଦେଓ ଉପସ୍ଥିତ ଥିଲେ। ଶାହଙ୍କୁ ସ୍ୱାଗତ ପାଇଁ ବିମାନବନ୍ଦରରେ ବିଜେପି ନେତା ଏବଂ କର୍ମୀଙ୍କ ଭିଡ଼ ଜମିଥିଲା।

Advertisment
Amit Shah
Advertisment
Advertisment