/odishatv-khabar/media/post_attachments/uploadimage/library/16_9/16_9_0/amit_shah_1691042139.jpg)
amit shah
ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ସୂଚନା ମିଳିଛି । ଓଡ଼ିଶା ଗସ୍ତରେ ଆସି ଶାହ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ସମ୍ଭାବନା ରହିଛି । ଅନ୍ୟପଟେ ତାଙ୍କର ଗସ୍ତ ସମ୍ପର୍କରେ ସରକାରୀ ଭାବେ ବିସ୍ତୃତ ସୂଚନା ମିଳିନାହିଁ ।
ଆସନ୍ତାକାଲି ରାତିରେ ଅମିତ ଶାହ ଓଡ଼ିଶାରେ ପହଞ୍ଚିବେ । ତା’ପର ଦିନ ରାଜ୍ୟ ସରକାରଙ୍କ ଏକ କାର୍ଯ୍ୟକ୍ରମରେ ସେ ଯୋଗଦେବେ, ଯେଉଁଠି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ । କାର୍ଯ୍ୟକ୍ର ଶେଷ ହେବା ପରେ ଅପରାହ୍ନ ୨ଟାରୁ ୫ଟା ମଧ୍ୟରେ ଦଳୀୟ କାର୍ଯ୍ୟାଳୟରେ ହେବାକୁ ଥିବା ବୈଠକରେ ଯୋଗଦେବେ ଅମିତ ଶାହ । ସେଠାରେ ସେ କାର୍ଯ୍ୟକର୍ତ୍ତା ମାନଙ୍କୁ ପରାମର୍ଶ ଦେବେ ।
ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ତଥ୍ୟ:
- କାଲି ରାତି ୧୦ଟା ୪୦ରେ ଭୁବନେଶ୍ୱର ପହଞ୍ଚିବେ ଶାହ
- ଶନିବାର ୧୧ଟାରୁ ୧୨ଟା ଯାଏ NH ପ୍ରକଳ୍ପ ଶୁଭାରମ୍ଭରେ ଯୋଗଦେବେ
- ୧୨ରୁ ସାଢ଼େ ୧୨ ନକ୍ସଲ ଦମନ, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକ
- ସାଢ଼େ ୧୨ରୁ ଦଳୀୟ ବୈଠକ, ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ
- ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ କର୍ମକର୍ତ୍ତାଙ୍କ ସହ ରୁଦ୍ଧଦ୍ୱାର ବୈଠକ
- ସନ୍ଧ୍ୟା ୬ଟାରେ ବିମାନବନ୍ଦର ଲାଉଞ୍ଜରେ ବୈଠକ ସହ ପ୍ରତ୍ୟାବର୍ତ୍ତନ
ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତକୁ ନେଇ ତେଜିଲା ରାଜନୀତି । ଦିଲ୍ଲୀ ବିଲକୁ ବିଜେଡିର ସମର୍ଥନ ଓ ଅନାସ୍ଥାକୁ ବିରୋଧ ପରେ ନବୀନ ପଟ୍ଟନାୟକଙ୍କୁ ବଧେଇ ଦେବାକୁ ସେ ଆସୁଥିବା କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିରୋଧୀ ମେଣ୍ଟ ଇଣ୍ଡିଆ ଗଠନ ପରେ ବିଜେପି ଭୟଭିତ ହୋଇ ସେଟିଂରେ ଲାଗି ପଡିଥିବା ସେ କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)